ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଓଲିଉଡ୍ର ବର୍ଷିୟାନ୍ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ୱରୂପ ମିଶ୍ରଙ୍କ ପରଲୋକ ହୋଇଛି। ସମ୍ବଲପୁରର ଏକ ଘରୋଇ ନର୍ସିଂହୋମରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଗାଧୁଆ ଘରେ ପଡ଼ିଯାଇ ଗୁରୁତର ଆହତ ହୋଇଥିଲେ ଶାନ୍ତି ସ୍ୱରୂପ। ୧୯୭୪ରେ ମନ ଆକାଶ, ୧୯୭୬ କୃଷ୍ଣ ସୁଦାମା ଫିଲ୍ମରେ ଅଭିନୟ କରିଥିଲେ ଶାନ୍ତି ସ୍ୱରୂପ। ନିତାଇ ପାଲିତ୍ଙ୍କ ନିର୍ଦ୍ଦେଶନାରେ ଆଇଡିଆଲ ପ୍ରଡକ୍ସନ ଦ୍ୱାରା ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ମନ ଆକାଶ ୧୯୭୪ ମସିହାରେ ମୁକ୍ତିଲାଭ କରିଥିଲା । ନାଟ୍ୟକାର ବସନ୍ତ କୁମାର ମହାପାତ୍ରଙ୍କ ପ୍ରଥମ ନାଟକ 'ଝରାବଉଳ' ଅବଲମ୍ବନରେ ଏହା ତିଆରି ହେଇଥିଲା । ସମ୍ବଲପୁରର ରାହସ ବିହରୀ ମିଶ୍ର ଏହାର ପ୍ରଯୋଜନା କରିଥିବା ବେଳେ ତାଙ୍କ ପୁଅ ଶାନ୍ତିସ୍ୱରୂପ ମିଶ୍ର ନାୟକ ଭୂମିକାରେ ଅଭିନୟ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।