ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବଢ଼ିଲା ଗାଡ଼ି ଫିଟନେସ୍, ପରମିଟ୍ ଓ ଡିଏଲ୍ ବୈଧତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀଜନିତ କଟକଣା ଯୋଗୁ ପୁଣିଥରେ ଗାଡ଼ି ସଂକ୍ରାନ୍ତ ଦସ୍ତାବିଜର ବୈଧତା ଅବଧିକୁ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟର ଅନୁରୋଧ ପରେ ଆଜି ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ଦ୍ୱାରା ଏହି ନିର୍ଦ୍ଦେଶନାମା ଜାରି ହୋଇଛି। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ଅନୁସାରେ, ୨୦୨୦ ଫେବୃୟାରୀ ୧ରୁ ଚଳିତବର୍ଷ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବୈଧତା ଶେଷ ହୋଇଥିବା ସମସ୍ତ ପ୍ରକାର ଗାଡ଼ି ପାଇଁ ଏହା ପ୍ରଯୁଜ୍ୟ […]

dl

dl

Ordigital Desk
  • Published: Thursday, 17 June 2021
  • Updated: 17 June 2021, 07:54 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀଜନିତ କଟକଣା ଯୋଗୁ ପୁଣିଥରେ ଗାଡ଼ି ସଂକ୍ରାନ୍ତ ଦସ୍ତାବିଜର ବୈଧତା ଅବଧିକୁ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟର ଅନୁରୋଧ ପରେ ଆଜି ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ଦ୍ୱାରା ଏହି ନିର୍ଦ୍ଦେଶନାମା ଜାରି ହୋଇଛି।

ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ଅନୁସାରେ, ୨୦୨୦ ଫେବୃୟାରୀ ୧ରୁ ଚଳିତବର୍ଷ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବୈଧତା ଶେଷ ହୋଇଥିବା ସମସ୍ତ ପ୍ରକାର ଗାଡ଼ି ପାଇଁ ଏହା ପ୍ରଯୁଜ୍ୟ ହେବ। ଗାଡ଼ିଗୁଡ଼ିକର ଫିଟନେସ ସାର୍ଟିଫିକେଟ, ଡ୍ରାଇଭିଂ ଲାଇସେନ୍ସ , ଲର୍ଣ୍ଣିଂ ଲାଇସେନ୍ସ,ରେଜିଷ୍ଟ୍ରେସନ ସାର୍ଟିଫିକେଟ, ସମେତ ମାଲ ପରିବହନ କରୁଥିବା ଗାଡ଼ି , ଘରୋଇ ସେବା ଯୋଗାଉଥିବା ଗାଡ଼ି ଓ ଶିକ୍ଷାନୁଷ୍ଠାନର ବସ୍‌ର ପରମିଟ୍ ବୈଧତାକୁ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଅନ୍ୟପକ୍ଷରେ ଗାଡ଼ିର ବୀମା, ପଲ୍ୟୁସନ୍ ଓ ସାମୟିକ ପରମିଟ୍ ପାଇଁ ଏହି ବୈଧତା କୋହଳ ଲାଗୁ ହେବ ନାହିଁ।

ତେବେ ଯେଉଁମାନଙ୍କର ଲର୍ଣ୍ଣିଂ ଲାଇସେନ୍ସ ଅବଧିର ବୈଧତା ୨୦୨୦ ମାର୍ଚ୍ଚ ୧୮ରୁ ଶେଷ ହୋଇଛି ଅବା ୨୦୨୧ ସେପ୍ଟେମ୍ବର ୩୦ତାରିଖ ମଧ୍ୟରେ ଶେଷ ହୋଇଯିବ, ସେହି ଦସ୍ତାବିଜଗୁଡ଼ିକ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବୈଧ ରହିବ। ଯେହେତୁ ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ ୨୦୨୦ ମାର୍ଚ୍ଚ ୧୮ତାରିଖରୁ ରଦ୍ଦ ହୋଇଛି।

ସୂଚନାଯୋଗ୍ୟ, କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟର ନିର୍ଦ୍ଦେଶରେ ରାଜ୍ୟ ସରକାର ଗତବର୍ଷଠୁ ଏହି ବୈଧତା ଅବଧିକୁ ବୃଦ୍ଧି କରି ଚାଲିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos