ବାଲୁଗାଁ (ଶକ୍ତି ପ୍ରସାଦ ମହାପାତ୍ର ) : ଚିଲିକା ମଝିରେ ଗତ ୨ ତାରିଖରେ ହୋଇଥିବା ଡଙ୍ଗାବୁଡ଼ି ଘଟଣା ପରେ ଚେତିଲା ପ୍ରଶାସନ । ବାରମ୍ବାର ଏପରି ଦୁର୍ଘଟଣା ଘଟୁଥିବା ବେଳେ ଅକାଳରେ ଚାଲି ଯାଉଛି ବହୁ ଜୀବନ। ତେଣୁ ଏପରି ପରିସ୍ଥିତିର ମୁକାବିଲା ନିମନ୍ତେ ଆଜିଠୁ ସମସ୍ତ ଡଙ୍ଗାର କାଗଜ ପତ୍ର ଯାଞ୍ଚ କଡ଼ାକଡ଼ି କରାଯିବ ବୋଲି କହିଛନ୍ତି ଅଧିକାରୀ। ଡଙ୍ଗାର ଫିଟ୍ନେସ୍ ଅଛି ନା ନାହିଁ, ଡଙ୍ଗା ଚାଳକଙ୍କ ଲାଇସେନ୍ସ ଅଛି ନା ନାହିଁ ତାହା କଡ଼ାକଡ଼ି ଭାବେ ଯାଞ୍ଚ କରାଯିବ ।
ଗତ ୨ ତାରିଖରେ କାଳିଯାଈ ପୀଠରୁ ଭୋଜି ସାରି ଗୋଟିଏ ମାଛଧରା ଡଙ୍ଗାରେ ୧୭ ଜଣ ଫେରୁଥିବା ବେଳେ ମଝି ଚିଲିକାରେ ଡଙ୍ଗାଟି ବୁଡ଼ି ଯାଇଥିଲା। ସେମାନଙ୍କ ପଛରେ ଆସୁଥିବା ଅନ୍ୟ ଏକ ଡଙ୍ଗାର ଯାତ୍ରୀ ବୁଡିଯାଉଥିବା ଲୋକଙ୍କୁ ଉଦ୍ଧାର କରିଥିଲେ । ବାରମ୍ବାର ଏପରି ଘଟଣା ଘଟୁଥିବା ବେଳେ ଏହାର ପୁଙ୍ଗାନୁପୁଙ୍ଖ ତଦନ୍ତ ହେବା ସହ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।