Advertisment

‘ଶଲାବୁଢ଼ା’ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ

ବିନିକା (ଦିଲ୍ଲୀପ କୁମାର ସାହୁ): ‘ଶଲାବୁଢ଼ା’ ଫେମ୍‌ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ତାଙ୍କ ସାନ ପୁଅ ଅରୁଣ ପଣ୍ଡା ଏହି ସୂଚନା ଦେଇଛନ୍ତି। ବୁର୍ଲା ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର୍ ୩ଟା ୪୫ ମିନିଟ୍‌ରେ ଅଟଳ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବ୍ଲଡ୍‌ ସେପ୍ଟିସେମିଆରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କର ଏକାଧିକ ଅଙ୍ଗ ଅଚଳ ହୋଇଯାଇଥିଲା। ପଶ୍ଚିମ ଓଡ଼ିଶାରେ […]

ଅଦ୍ୟତନ ହୋଇଛି
‘ଶଲାବୁଢ଼ା’ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ

Atala Vihari Panda

Advertisment

ବିନିକା (ଦିଲ୍ଲୀପ କୁମାର ସାହୁ): ‘ଶଲାବୁଢ଼ା’ ଫେମ୍‌ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ତାଙ୍କ ସାନ ପୁଅ ଅରୁଣ ପଣ୍ଡା ଏହି ସୂଚନା ଦେଇଛନ୍ତି।

Advertisment

ବୁର୍ଲା ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର୍ ୩ଟା ୪୫ ମିନିଟ୍‌ରେ ଅଟଳ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବ୍ଲଡ୍‌ ସେପ୍ଟିସେମିଆରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କର ଏକାଧିକ ଅଙ୍ଗ ଅଚଳ ହୋଇଯାଇଥିଲା।

ପଶ୍ଚିମ ଓଡ଼ିଶାରେ ଜଣେ ଜଣାଶୁଣା ଚେହେରା ଥିଲେ ସ୍ୱର୍ଗତ ଅଟଳ ବିହାରୀ ପଣ୍ଡା। ସେ ସମ୍ବଲପୁରୀ ଭାଷାରେ ଶତାଧିକ ନାଟକରେ ଅଭିନୟ କରିଥିଲେ। ତା’ ସହିତ ଅନେକ ନାଟକ ରଚନା କରିଥିଲେ। ୮୩ ବର୍ଷ ବୟସରେ ସେ ନିଜର ପ୍ରଥମ ଫିଲ୍ମ ‘ଶଲାବୁଢ଼ା’ କରିଥିଲେ। ଏହି ସମ୍ବଲପୁରୀ ଫିଲ୍ମରେ ସେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ। ଆଉ ସେଥିପାଇଁ ସେ ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ।

Advertisment

ସ୍ୱର୍ଗତ ପଣ୍ଡା ‘ଶଲାବୁଢ଼ା’ର ସିକ୍ୱେଲ୍‌ ‘ଆଦିମ ବିଚାର’ରେ ମଧ୍ୟ ଅଭିନୟ କରିଥିଲେ। ଏଥିପାଇଁ ବି ସେ ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ୨୦୨୦ରେ ‘ଶଲାବୁଢ଼ା’ ସିରିଜ୍‌ର ତୃତୀୟ ଫିଲ୍ମ ‘ଶଲାବୁଢ଼ାର ବଦଲା’ରେ ମଧ୍ୟ ସେ ଅଭିନୟ କରିଥିଲେ।

ମେ’ ୧୬ ତାରିଖରେ ଅଟଳ ବିହାରୀ ପଣ୍ଡାଙ୍କ ପତ୍ନୀ ଲଳିତା ପଣ୍ଡା (୮୦)ଙ୍କର ପରଲୋକ ହୋଇଥିଲା। ପତ୍ନୀଙ୍କ ମୃତ୍ୟୁପରେ ସେ ଭାଙ୍ଗି ପଡ଼ିଥିଲେ। ଦେହ ଖରାପ ହେବାରୁ ମେ’ ୧୯ ତାରିଖରେ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମେ’ ୩୧ ତାରିଖରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲା। ତେବେ ପୁଣି ଅବସ୍ଥା ଗୁରୁତର ହେବାରୁ ଜୁନ୍‌ ୧ ତାରିଖରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

Ollywood
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe