ଆଜି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇଦିନିଆ  ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦିନ ୧୧ଟା ୧୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ଉପରାଷ୍ଟ୍ରପତି।  ଏହାପରେ ସେଠାରୁ ରାଜଭବନ ଯାଇ ମଧ୍ୟାହ୍ନ ଭୋଜନ ଗ୍ରହଣ କରିବେ। ଏହାପରେ ଅପରାହ୍ନରେ କଟକ ଶାରଳା ଭବନ ଯାଇ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆସନ୍ତାକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ୱିନ୍ ସିଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା […]

Vice-President Venkaiah Naidu

Niharika Rout
  • Published: Friday, 02 April 2021
  • , Updated: 02 April 2021, 07:42 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇଦିନିଆ  ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦିନ ୧୧ଟା ୧୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ଉପରାଷ୍ଟ୍ରପତି।  ଏହାପରେ ସେଠାରୁ ରାଜଭବନ ଯାଇ ମଧ୍ୟାହ୍ନ ଭୋଜନ ଗ୍ରହଣ କରିବେ।

ଏହାପରେ ଅପରାହ୍ନରେ କଟକ ଶାରଳା ଭବନ ଯାଇ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆସନ୍ତାକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି।

ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ୱିନ୍ ସିଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗତକାଲି ଏଥିପାଇଁ କମିଶନରେଟ୍ ପୁଲିସ୍‌ ପକ୍ଷରୁ ଏକ କାରକେଡ୍ ରିହର୍ସାଲ ଅନୁଷ୍ଠିତ ହୋଇଥିଲା । ବ୍ଲୁ ବୁକ୍ ଗାଇଡଲାଇନ୍ ଅନୁସାରେ, ଉପରାଷ୍ଟ୍ରପତି କିଭଳି ଗନ୍ତବ୍ୟସ୍ଥଳକୁ ଯିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।

ଏନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର  ଦାସ କହିଛନ୍ତି ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।  ଏହାବ୍ୟତୀତ ୧୩୦ ଅଫିସରଙ୍କୁ ନିୟୋଜିତ କରାଯାଇଛି।

Related story