ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦୈନିକ ଓଡ଼ିଆ ଖବର କାଗଜ ‘ସମାଜ’ର ଶତବାର୍ଷିକୀ ସମାରୋହରେ ଯୋଗଦେବେ। ଏଥିପାଇଁ କଟକ ସ୍ଥିତ ଜବାହାଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମକୁ ସୁସଜ୍ଜିତ କରାଯାଇଛି। ଆଜି ଅପରାହ୍ଣ ୩ଟା ୫୦ ମିନିଟ୍ରେ ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଯୋଗଦେବାର ଅଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ।
ଏଥିସହ ଭୁବନେଶ୍ୱରରେ ଚାଲିଥିବା ‘ବିଶ୍ୱ କବି ମହାକୁମ୍ଭ’ରେ ମଧ୍ୟ ଉପରାଷ୍ଟ୍ରପତି ଯୋଗଦେବାର ଅଛି। ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ଉପରାଷ୍ଟ୍ରପତି ପ୍ରଥମେ ବିଶ୍ୱ କବି ମହାକୁମ୍ଭରେ ଯୋଗଦେବେ। ପରେ ଅପରାହ୍ନ ୩ଟା ୧୦ରେ ରାଜଭବନରୁ କଟକ ଅଭିମୁଖେ ଯିବେ। ସନ୍ଧ୍ୟା ୫ଟା ୫୦ରେ ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରୁ ଦିଲ୍ଲୀ ଫେରିଯିବେ।
ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଉପରାଷ୍ଟ୍ରପତି କଟକ ଆସିବା ରୁଟ୍ରେ ଗତକାଲି କାରକେଡ୍ ରିହର୍ସାଲ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।