ରାଉରକେଲା (ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ମ୍ୟୁନିସିପାଲିଟିର ସହକାରୀ ଯନ୍ତ୍ରୀ ଚକ୍ରଧର ଭୂୟାଁ। ବକେୟା ବିଲ୍ କରାଇଦେବା ପାଇଁ ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ। ପରେ ଭିଜିଲାନ୍ସ ଅଧିକାରୀମାନେ ଲାଞ୍ଚ ଟଙ୍କା ଜବତ କରିବା ସହିତ ଚକ୍ରଧରଙ୍କ କାର୍ଯ୍ୟାଳୟ, ସରକାରୀ ବାସଭବନ, ଭଦ୍ରକ ସ୍ଥିତ ଘରେ ଚଢ଼ାଉ କରିଛନ୍ତି।
ବକେୟା ପାଉଣା ଓ ଜମାନତ ରାଶି ଫେରାଇବା ପାଇଁ ଠିକାଦାର ଅନୁରୋଧ କରିଥିଲେ। ଏଥିପାଇଁ ଲାଞ୍ଚ ଦେବାକୁ ପଡ଼ିବ ବୋଲି ସହକାରୀ ଯନ୍ତ୍ରୀ କହିଥିଲେ। ଏନେଇ ଠିକାଦାର ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ଠିକାଦାର ଆଜି ଲାଞ୍ଚ ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।