ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ କୋଟିପତି ଉପନିର୍ଦ୍ଦେଶକ। ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରାଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଗିରଫ କରିଛି ଭିଜିଲାନ୍ସ ।
ଗତକାଲି ଭିଜିଲାନ୍ସ ଟିମ୍ ରମେଶଙ୍କ ଅଫିସ ସମେତ ୬ଟି ଜାଗାରେ ଚଢ଼ାଉ କରିଥିଲା। ଏହି ସମୟରେ ତାଙ୍କର ଭୁବନେଶ୍ୱରରେ ଥିବା ୪୧ ଲକ୍ଷର ଫ୍ଲାଟ୍, ଯାଜପୁରରେ ଥିବା ୨୯ ଲକ୍ଷର କୋଠା, ପୁଡୁଚେରିସ୍ଥିତ କୋଠା, ସମେତ୬ ଶହ ଗ୍ରାମର ସୁନା ଓ ରୁପା ଠାବ ହୋଇଥିଲା।
ଚଢ଼ାଉ ପରେ ରମେଶଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିବା ବେଳେ ଆଜି ତାଙ୍କୁ ଗିରଫ କରାଯିବା ନେଇ ଭିଜିଲାନ୍ସ ଡିଏସ୍ପି ଅକ୍ଷୟ ମିଶ୍ର ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।