ବାରିପଦା(ମାନିକ୍ ଲାଲ୍ ପାଣି): ଭିଜିଲାନ୍ସ ଜାଲରେ ଡାକ୍ତର। ଶବବ୍ୟବଚ୍ଛେଦ ରିପୋର୍ଟ ପାଇଁ ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି। ଆଜି ଏପରି ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି।
ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଥାନା ହାଣଦା ଗାଁର ଜଣେ ବ୍ୟକ୍ତିଙ୍କର ସାପ କାମୁଡାରେ ମୃତ୍ୟୁ ହୋଇଥିଲା। ମୃତ ବ୍ୟକ୍ତିଙ୍କ ଶବବ୍ୟବଚ୍ଛେଦ ରିପୋର୍ଟ ପାଇଁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ଡ଼ାକ୍ତର ଦେବଦତ୍ତ ପାତ୍ର ଚାଳିଶ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ମୃତକଙ୍କ ପରିବାର ପକ୍ଷରୁ ଏନେଇ ବାଲେଶ୍ଵର ଭିଜିଲାନ୍ସ ବିଭାଗରେ ଅଭିଯୋଗ କରାଯାଇଥିଲା।
ଯୋଜନା ଅନୁସାରେ ଆଜି ଡାକ୍ତର ମେଡିକାଲ୍ କଲେଜ ଯିବା ରାସ୍ତାରେ ଲାଞ୍ଚ ଟଙ୍କା ନେଉଥିଲେ। ଆଉ ଏହି ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲା। ତାଙ୍କଠାରୁ ଭିଜିଲାନ୍ସ ବିଭାଗ କୋଡିଏ ହଜାର ଟଙ୍କା ମଧ୍ୟ ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।