ଭବାନୀପାଟଣା(ରାଜ କୁମାର ସିଂହଦେଓ): ଦୁର୍ନୀତି ବିରୋଧରେ ଲଢ଼େଇକୁ ଜୋରଦାର କରିବା ପାଇଁ ରାଜ୍ୟ ସରକାର ଦୁର୍ନୀତଖୋର ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଉଛନ୍ତି। ଏହା ସତ୍ତ୍ୱେ ସରକାରୀ ଅଫିସରମାନଙ୍କ ଚେତା ପଶୁନି। ଲାଞ୍ଚ ନେଇ ଧରା ପଡ଼ୁଛନ୍ତି। ଆଜି ଭିଜିଲାନ୍ସ ଜଣେ ଲାଞ୍ଚୁଆ କର୍ମଚାରୀଙ୍କୁ ଧରିଛନ୍ତି। ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି।
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ବ୍ଲକ ଦୁଆରସେନି ସବ୍ସେଣ୍ଟରରେ ଆଶାକର୍ମୀ ପଦବୀ ଖାଲି ପଡ଼ିଛି। ଏଠାରେ ଚାକିରି କରାଇଦେବାକୁ କହି ସ୍ୱାସ୍ଥ୍ୟ କର୍ମୀ ଅନୀଲ ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଆଶାୟୀଙ୍କ ସ୍ୱାମୀ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ଅନୀଲ ଲାଞ୍ଚ ଟଙ୍କା ନେଉଥିବା ବେଳେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।