ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଭିଜିଲାନ୍ସ ଜାଲରେ ପଡ଼ିଲେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ବିପିନ ଦାସ ଓ ମଧ୍ୟସ୍ଥି ଶକ୍ତି ପ୍ରସାଦ ମହାନ୍ତି। ଗ୍ରାମାଞ୍ଚଳରେ ଏଲଇଡି ବିଲ୍ ପାସ୍ କରାଇବା ପାଇଁ ୧୬,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି।
ଆଜି ଅପରାହ୍ନରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଅଫିସ ନିକଟକୁ ଜଣେ ମଧ୍ୟସ୍ଥିଙ୍କୁ ପଠାଇ କଣ୍ଟ୍ରାକ୍ଟର ଜଗମୋହନ ପଣ୍ଡାଙ୍କଠାରୁ ଟଙ୍କା ନେଉଥିଲେ। ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଅଧିକାରୀମାନେ ଉଭୟଙ୍କୁ ଧରି ପକାଇଛନ୍ତି। ସହକାରୀ ଯନ୍ତ୍ରୀ ବିପିନ ଦାସ ଓ ମଧ୍ୟସ୍ଥତା କରୁଥିବା ଶକ୍ତି ପ୍ରସାଦ ମହାନ୍ତିଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିଛି।
କଟକ ଓ ଢେଙ୍କାନାଳ ଭିଜିଲାନ୍ସ ଟିମ୍ ମିଳିତ ଭାବେ ଚଢାଉରେ ଉଭୟ ଧରାପଡ଼ିଥିବାରେ ସଫଳ ହୋଇଛନ୍ତି। ସହକାରୀ ଯନ୍ତ୍ରୀ ବିପିନ ଦାସ ପୂର୍ବରୁ ଢେଙ୍କାନାଳ ସଦର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଥିବା ବେଳେ ଏକ ଲାଞ୍ଚ ମାମଲାରେ ଭିଜିଲାନ୍ସ ସେଲ୍ ଦ୍ଵାରା ଗିରଫ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।