କୋଟିପତି ଓଏଏସ୍ ଅଫିସର ତଥା ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ସେ ତାଙ୍କ ଆୟ ଠାରୁ ୫୦୬% ଅଧିକ ସଂପତ୍ତି ଠୁଳ କରିଛନ୍ତି ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ତାଙ୍କର ଆୟ ବହିର୍ଭୂତ ସଂପତ୍ତିର ମୂଲ୍ୟ ହେଉଛି ୫ କୋଟି ୨୧ ଲକ୍ଷ ୯ ହଜାର ୬୫୯ ଟଙ୍କା ।ଶୁକ୍ରବାର ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ଘରୁ ୩ କୋଟି ୨ଲକ୍ଷ ୩୦ହଜାର ୮୦୦ଟଙ୍କାର ନଗଦ ଜବତ କରାଯାଇଥିଲା, ଯାହା ରାଜ୍ୟ ଭିଜିଲାନ୍ସ ଇତିହାସରେ ଜବତ ନଗଦ ଟଙ୍କା ମଧ୍ୟରେ ଦ୍ୱିତୀୟ ସର୍ବାଧିକ ।