ଭୁବନେଶ୍ୱର: ବରଗଡ଼ ଡିଏଫ୍ଓ ସୋଲାରାମ ମାରାଣ୍ଡିଙ୍କଠାରୁ ଆଜି ଭିଜିଲାନ୍ସ ୧ ଲକ୍ଷ ୭୫୦ ଟଙ୍କା ଜବତ କରିଛି। ସେ ବସ୍ରେ ନିଜ ଘର ମୟୂରଭଞ୍ଜ ଭାଗବନ୍ଧ ଗାଁକୁ ଯାଉଥିବା ବେଳେ କେନ୍ଦୁଝର ଜିଲ୍ଲା ଜୁଡିଆଘାଟିରୁ ଭିଜିଲାନ୍ସ ତାଙ୍କଠାରୁ ଏହି ଟଙ୍କା ଜବତ କରିଥିଲା। ତେବେ ଜବତ ଟଙ୍କାର ହିସାବ ଦେଇପାରି ନ ଥିବାରୁ ତାଙ୍କୁ ଭିଜିଲାନ୍ସ ଅଟକ ପଚରା ଉଚରା ଚଳାଇଛି। ଅନ୍ୟପକ୍ଷରେ ଭିଜିଲାନ୍ସର ୩ଟି ଟିମ୍ ତାଙ୍କ ବରଗଡ଼ ଅଫିସ୍, ମୟୂରଭଞ୍ଜ ଓ ଭୁବନେଶ୍ୱର ଘରେ ଚଢ଼ାଉ ଜାରି ରଖିଛି। ଚଢ଼ାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।