ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲାଂଚ ନେବାବେଳେ ରାଜ୍ୟ ଭିଜିଲାନ୍ସ ହାତରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ ଧରାପଡ଼ିଛନ୍ତି । ତାଙ୍କ ନିକଟରୁ ନଗଦ ୪୫ହଜାର ଟଙ୍କାର ଲାଂଚ ଟଙ୍କା ଜବତ କରାଯାଇଛି । ତାଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି ।
ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରର କଳିଙ୍ଗ ବିହାରସ୍ଥିତ ନିଜ ବାସଭବନ ଆଗରେ ବେଗୁନିଆ ତହସିଲଦାର ତଥା ସବରେଜିଷ୍ଟ୍ରାର ଶ୍ରୀ ମଣ୍ଡଳ ୪୫ହଜାର ଟଙ୍କା ଲାଂଚ ନେବା ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା । ତାଙ୍କଠୁ ସମ୍ପୂର୍ଣ୍ଣ ଲାଂଚ ଟଙ୍କା ଜବତ କରାଯାଇଛି । କେମିକାଲରେ ତାଙ୍କ ହାତ ଧୂଆ ଯାଇ ସେ ଲାଂଚ ଟଙ୍କା ଧରିଥିବାର ପ୍ରମାଣ ମିଳିଛି । ଜଣେ ଅଭିଯୋଗକାରୀଙ୍କ ସୂଚନା ଆଧାରରେ ଭିଜିଲାନ୍ସ ତାଙ୍କୁ ଧରିବା ପାଇଁ ଜାଲ ବିଛାଇ ସଫଳ ହୋଇଛି । ଶ୍ରୀ ମଣ୍ଡଳଙ୍କ ନିଜ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।