ଲାଂଚ ନେଇ ଧରାପଡ଼ିଲେ ବେଗୁନିଆ ତହସିଲଦାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲାଂଚ ନେବାବେଳେ ରାଜ୍ୟ ଭିଜିଲାନ୍ସ ହାତରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ ଧରାପଡ଼ିଛନ୍ତି । ତାଙ୍କ ନିକଟରୁ ନଗଦ ୪୫ହଜାର ଟଙ୍କାର ଲାଂଚ ଟଙ୍କା ଜବତ କରାଯାଇଛି । ତାଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି । ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରର କଳିଙ୍ଗ ବିହାରସ୍ଥିତ ନିଜ ବାସଭବନ ଆଗରେ ବେଗୁନିଆ ତହସିଲଦାର ତଥା ସବରେଜିଷ୍ଟ୍ରାର ଶ୍ରୀ ମଣ୍ଡଳ […]

Vigilance

Ordigital Desk
  • Published: Wednesday, 14 December 2022
  • , Updated: 14 December 2022, 10:26 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲାଂଚ ନେବାବେଳେ ରାଜ୍ୟ ଭିଜିଲାନ୍ସ ହାତରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ ଧରାପଡ଼ିଛନ୍ତି । ତାଙ୍କ ନିକଟରୁ ନଗଦ ୪୫ହଜାର ଟଙ୍କାର ଲାଂଚ ଟଙ୍କା ଜବତ କରାଯାଇଛି । ତାଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି ।

ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରର କଳିଙ୍ଗ ବିହାରସ୍ଥିତ ନିଜ ବାସଭବନ ଆଗରେ ବେଗୁନିଆ ତହସିଲଦାର ତଥା ସବରେଜିଷ୍ଟ୍ରାର ଶ୍ରୀ ମଣ୍ଡଳ ୪୫ହଜାର ଟଙ୍କା ଲାଂଚ ନେବା ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା । ତାଙ୍କଠୁ ସମ୍ପୂର୍ଣ୍ଣ ଲାଂଚ ଟଙ୍କା ଜବତ କରାଯାଇଛି । କେମିକାଲରେ ତାଙ୍କ ହାତ ଧୂଆ ଯାଇ ସେ ଲାଂଚ ଟଙ୍କା ଧରିଥିବାର ପ୍ରମାଣ ମିଳିଛି । ଜଣେ ଅଭିଯୋଗକାରୀଙ୍କ ସୂଚନା ଆଧାରରେ ଭିଜିଲାନ୍ସ ତାଙ୍କୁ ଧରିବା ପାଇଁ ଜାଲ ବିଛାଇ ସଫଳ ହୋଇଛି । ଶ୍ରୀ ମଣ୍ଡଳଙ୍କ ନିଜ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି ରହିଛି ।

Related story