ଭଦ୍ରକ(ପାର୍ଥ ସାରଥୀ ନାୟକ): ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ସୋରୋ RW ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଥ ବେହୁରିଆ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।
ପ୍ରମୋଥଙ୍କ ବାଗୁରାଇ ସ୍ଥିତ ଘର, ଅର୍ଣ୍ଣପାଳ ସ୍ଥିତ ଘର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉ ବେଳେ ପ୍ରମୋଥଙ୍କ ଘରୁ ନଗଦ ୧ଲକ୍ଷ ୬୫ ହଜାର ଟଙ୍କା, ସୁନାଗହଣା ଓ ଗୁରୁତ୍ୱ ପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି। ପ୍ରମୋଥଙ୍କର୧୬ଟି ପ୍ଲଟ୍ ଥିବା ସୂଚନା ମିଳିଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୧୬ ଲକ୍ଷ ଟଙ୍କା ହେବ।
ବାଲେଶ୍ୱର ଭିଜିଲାନ୍ସ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଭିଜିଲାନ୍ସ ଟିମ୍ ଚଢାଉ କରିଛନ୍ତି। ପ୍ରମୋଥ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଘଟଣାର ତଦନ୍ତ କରି ଭିଜିଲାନ୍ସ ଟିମ୍ ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।