ଧର୍ମଗଡ଼(ଇଙ୍ଗିତ ପଣ୍ଡା): ୫୦୦୦ ଟଙ୍କା ଲାଞ୍ଚ ନେଉଥିଲେ କୋକସରା ସିଡିପିଓ। ଅଙ୍ଗନବାଡ଼ି କର୍ମୀଙ୍କ ବକେୟା ଦରମା କରାଇଦେବା ପାଇଁ ସେ ଏହି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଆଲୋଚନା ହେଉଛି।
୩ ମାସର ବକେୟା ଦରମା କରାଇଦେବା ପାଇଁ କଳାହାଣ୍ଡି ଜିଲ୍ଲା ସୁନାମାଲ୍ ଗାଁର ଅଙ୍ଗନବାଡ଼ି କର୍ମୀ କୋକସରା ସିଡିପିଓ ଜୟନ୍ତୀ ମହାନ୍ତିଙ୍କୁ ବାରମ୍ୱାର ଅନୁରୋଧ କରିଥିଲେ। ଅନୁରୋଧ ରକ୍ଷା କରି ସେ ଦୁଇ ମାସର ବକେୟା ଦରମା ରିଲିଜ୍ କରିଥିଲେ। ହେଲେ ଗୋଟିଏ ମାସର ଦରମା ଦେଲେନାହିଁ। ଏଥିପାଇଁ ଶ୍ରୀମତି ମହାନ୍ତି ୫୦୦୦ ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।
ଅଙ୍ଗନବାଡ଼ି କର୍ମୀ ଜଣକ ଏନେଇ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ଶ୍ରୀମତି ମହାନ୍ତି ଆଜି ଲାଞ୍ଚ ଟଙ୍କା ନେଉଥିବା ବେଳେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଟିମ୍ର କର୍ମକର୍ତ୍ତାମାନେ ତାଙ୍କୁ ଧରିଥିଲେ। ଏପରିକି ଲାଞ୍ଚ ଟଙ୍କା ଜବତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।