ପିଇଓଙ୍କ ପ୍ରକାଣ୍ଡ ଘର, ଆଜି ପଶିଛି ଭିଜିଲାନ୍ସ

ବ୍ରହ୍ମପୁର/ସୋନପୁର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମେତ ପିଇଓଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ।

ରାୟଗଡ଼ା ଜିଲ୍ଲା ପୂର୍ତ୍ତ ବିଭାଗ ଅଧୀନ ଡିଭିଜନ୍-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ଉଦ୍ଧବ ପାଢ଼ୀଙ୍କ ଘର ସମେତ ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( PEO) ଦୁର୍ଯୋଧନ ମେହେରଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ।

ଉଦ୍ଧବଙ୍କ ବ୍ରହ୍ମପୁର, ଧରାକୋଟ, ପୁରୀସ୍ଥିତ ଘର ସମେତ ଏକକାଳୀନ ୫ଟି ସ୍ଥାନରେ ରେଡ୍ ହୋଇଛି। ଗୁଣୁପୁର ଅଫିସ୍ ଓ ସରକାରୀ ବାସଭବନରେ ମଧ୍ୟ ଚଢ଼ାଉ ଚାଲିଥିବା ଜଣାଯାଇଛି।

ଏହାବ୍ୟତୀତ ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( PEO) ଦୁର୍ଯୋଧନ ମେହେରଙ୍କ ଘରେ ମଧ୍ୟ ରେଡ୍ ହୋଇଛି।  ଦୁର୍ଯୋଧନଙ୍କ ସୋନପୁର ଘର ଓ ଅଫିସ୍‌ରେ ଏହି ରେଡ ହେଉଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।