ଭୁବନେଶ୍ୱର/ବରଗଡ଼(ଓଡ଼ିଶା ରିପୋର୍ଟର) : ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି ଗଣିତ ଅଧ୍ୟାପକ ଓ ଯୋଗାଣ ବିଭାଗର ଜୁନିଅର ଆକାଉଣ୍ଟାଣ୍ଟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଉଭୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ସୂଚନା ମିଳିଛି।
ସିଇଟି ଇଞ୍ଜିନିୟରିଂ କଲେଜ ଗଣିତ ଅଧ୍ୟାପକ ଡ. ପ୍ରସନ୍ନ କୁମାର ମିଶ୍ରଙ୍କ ଖଣ୍ଡଗିରିବାରିସ୍ଥିତ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଡ. ପ୍ରସନ୍ନ କୁମାର ସିଇଟି କଲେଜରେ ଗଣିତ ବିଭାଗରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟରତ ଥିବା ଜଣାଯାଇଛି।
ସେହିପରି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ଯୋଗାଣ ବିଭାଗର ଜୁନିଅର ଆକାଉଣ୍ଟାଣ୍ଟ କମ୍ଭୁପାଣି ମିଶ୍ରଙ୍କ ଘରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। କମ୍ଭୁପାଣିଙ୍କ ବରଗଡ଼ସ୍ଥିତ ଭଡ଼ା ଘର, କାର୍ଯ୍ୟାଳୟ ଓ ବଲାଙ୍ଗିର ପୈତୃକ ଘରେ ରେଡ୍ ହୋଇଛି । ଏକକାଳୀନ ୩ଟି ସ୍ଥାନରେ ଚାଲିଛି ରେଡ୍ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।
Miscellaneous
ଆମ୍ବଟାକୁଆ ମୃତ୍ୟୁ ଅନାହାରଜନିତ ନୁହେଁ, ଫୁଡ୍ ପଏଜନିଂ ପାଇଁ ହୋଇଛି : ଖାଦ୍ୟଯୋଗାଣ ମନ୍ତ୍ରୀ
ଅନାହାର ଯୋଗୁ ଆମ୍ବଟାକୁଆ ଜାଉ ଖାଇବା ଘଟଣା ସମ୍ପୂର୍ଣ୍ଣ ମିଛ । ବିରୋଧୀ ଦଳ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛି ।
Miscellaneous
ପାଠଶାଳାରେ ନୂଆ ବିଦ୍ୟାର୍ଥୀ: ରାଧିକା ଓ ଜଗୁ
ଗୋଠ ଛଡା ହେଉ ବା ଶିଶୁ ହାତୀକୁ ତାଲିମ ଦେବା ପାଇଁ କୁମାରଖୁଣ୍ଟିରେ ରହିଛି ପାଠଶାଳା। ଆସାମରୁ ଆସିଥିବା ମାହୁନ୍ତ ଓ ବିଶେଷଜ୍ଞମାନେ ହାତୀଙ୍କୁ ପାଠ ପଢ଼ାଉଛନ୍ତି।
Miscellaneous
ଗୁହାଳରେ ପଶି ବାଛୁରୀ ନେଇଗଲା ବାଘ!
ଉଦଳା ବନାଞ୍ଚଳ ଚଡଦା ଗାଁର ଶଙ୍କର ମାରାଣ୍ଡି ମଙ୍ଗଳବାର ରାତିରେ ନିଜ ଗୁହାଳରେ ବାଛୁରୀ ବାନ୍ଧି ଥିଲେ। କିନ୍ତୁ ଆଜି ସକାଳେ ଗୁହାଳରେ ବାଛୁରୀକୁ ପାଇନଥିଲେ। ବହୁ ଖୋଜା ଖୋଜି ପରେ ବିଲ ମଝିରେ ବାଛୁରୀର କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ।