ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁରର ଲିଙ୍ଗରାଜ ଲ କଲେଜର କିରାଣିଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ ହୋଇଛି । କଲେଜର କିରାଣି ତଥା ଟାଇପିଷ୍ଟ ଭାବେ କାର୍ଯ୍ୟରତ ପ୍ରଶାନ୍ତ କୁମାର ନାୟକ କାର୍ଯ୍ୟରତ ଅଛନ୍ତି। ୫ଟି ସ୍ଥାନରେ ଥିବା ତାଙ୍କ ଘର ଉପରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି।
ଆସ୍କା ରୋଡ଼ରେ ଥିବା ପ୍ରଶାନ୍ତଙ୍କ ତିନି ମହଲା ବିଶିଷ୍ଟ କୋଠା ଓ ମୋଟର ପାର୍ଟସ ଦୋକାନ, ବ୍ୟାଙ୍କ କଲୋନିରେ ଥିବା ତିନି ମହଲା ବିଶିଷ୍ଟ ଘର, ଆସ୍କା ରୋଡ଼ରେ ଥିବା ଦୁଇ ମହଲା ବିଶିଷ୍ଟ ଗୋଦାମ ଘର, ବ୍ରହ୍ମପୁରର ବୃନ୍ଦାବତୀ ନଗରରେ ଭଡ଼ାରେ ଲାଗିଥିବା ଗୋଦାମ ଘର ଓ ବିଷ୍ଣୁ ନଗରରେ ଭଡ଼ାରେ ଲାଗିଥିବା ଗୋଦାମ ଘର ଉପରେ ଏକକାଳୀନ ଚଢ଼ଉ କରାଯାଇଛି। ଏହାବ୍ୟତୀତ ତାଙ୍କ ଘରୁ ନଗଦ ୧୮ ଲକ୍ଷ ୫ ହଜାର ୧୦ ଟଙ୍କା ଜବତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।