ନାରାୟଣପାଟଣା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣପାଟଣା ତହସିଲଦାର ଚିତ୍ତରଂଜନ ବନ୍‌ଗୁଲାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ତାଙ୍କ ନାରାୟଣପାଟଣାସ୍ଥିତ ବାସଭବନ ସମେତ ଅଫିସ୍ ଓ ନୂଆପଡ଼ା ସ୍ଥିତ ପୈତୃକ ଘରେ ମଧ୍ୟ ଚଢ଼ାଉ କରାଯାଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।