ମାଲକାନଗିରି(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲ୍ଲା ମାଥିଲି ଥାନାର ନିଲମ୍ବିତ ଏଏସଆଇ ଜୟଦାଶ ଖରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।
ଜୟଦାଶଙ୍କ ମାଲକାନଗିରିର ଭଡ଼ା ଘର, ସୁନାବେଡ଼ର ସରକାରୀ ଗୃହ, କୋରାପୁଟର ଦୁଇଟି ଘର ଓ ଶ୍ୱଶୁରର ଘର ସମେତ ୫ଟି ସ୍ଥାନରେ ଚଢାଉ କରାଯାଇଛି।
ଏହି ଚଢ଼ାଉରେ ୩ ଜଣ ଡିଏସ୍ପି, ୫ ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ହୋଇଛନ୍ତି। ଜୟପୁର ସ୍ପେଶାଲ ଭିଜିଲାନ୍ସ ଜଜ୍ଙ୍କ ସର୍ଚ୍ଚ ଓ୍ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି। ମାଲକାନଗିରି ଓ କୋରାପୁଟର ଜିଲ୍ଲାର ୫ଟି ସ୍ଥାନରେ ଏହି ଚଢ଼ାଉ ହୋଇଛି।
ଗତ ମାସକ ତଳେ ଗଂଜେଇ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଅଭିଯୋଗରେ ଜେଲ ଯାଇଥିଲେ ଜୟଦାଶ ।ଏହାପରେ ସେ ଜାମିନରେ ଆସିଥିଲେ। ଜୟଦାଶ ମାଥିଲି ଥାନା କର୍ତନପାଲି ବିଟ୍ ହାଉସରେ କାର୍ଯ୍ୟରତ ଥିଲେ। ଗଂଜେଇ ଚୋରା ଚାଲାଣରେ ଅଭିଯୋଗରେ ଜୟଦାଶ ଗିରଫ ହେବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।