Vigilance raid
ରାଉରକେଲା(ପବନ ତିୱାରି): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଉରକେଲାର ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ମନୋରଞ୍ଜନଙ୍କ ଛେଣ୍ଡ୍ ସ୍ଥିତ ୨ଟି ଘର, କାର୍ଯ୍ୟାଳୟ, ଭୁବନେଶ୍ୱର ଗୋଠପାଟଣାରେ ଥିବା ଆପାଟମେଣ୍ଟ୍ ଓ ଯାଜପୁର ଜିଲ୍ଲା କଳିଙ୍ଗନଗରରେ ଥିବା ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।
ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାର ଭିଜିଲାନ୍ସ ଟିମ୍ ମିଳିତ ଭାବେ ଏହି ଚଢ଼ାଉ କରିଛନ୍ତି।
ମନୋରଞ୍ଜନ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଆଜି ଭୋରରୁ ମନୋରଞ୍ଜନ ଘରେ ଚଢ଼ାଉ କରିଥିଲା।
ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକ କହିଛନ୍ତି, ମୋର ପାଖରେ ଆୟ ବର୍ହିଭୂତ ସମ୍ପତ୍ତି ନାହିଁ। ମୋର ଏତେ ଘର ନାହିଁ। ମୋର ଗୋଟିଏ ଘର ଅଛି। ମୁଁ ସେହି ଘରକୁ ଲୋନ୍ ନେଇ ୨୦୦୩ ମସିହାରେ ତିଆରି କରିଥିଲି। ମୋ ଡିପାର୍ଟମେଣ୍ଟର କେହି ଲୋକ ମୋ ନାଁରେ ମିଛ ଅଭିଯୋଗ କରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/02/Untitled-1-20.jpg)