Advertisment

ବିକ୍ରମଦେବ ମହାବିଦ୍ୟାଳୟ ହେଲା ବିଶ୍ୱବିଦ୍ୟାଳୟ

ବିକ୍ରମ୍‌ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି। ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତା’ର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି।

author-image
Manoranjan Sial
ଅଦ୍ୟତନ ହୋଇଛି
undefined

Vikram Dev Autonomous College

ଜୟପୁର ବିକ୍ରମଦେବ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ଖବର ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହର ଖେଳି ଯାଇଛି।

Advertisment

ବିକ୍ରମ୍‌ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି। ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତା’ର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା। ଏହି ମହାବିଦ୍ୟାଳୟରେ ଏବେ ୧୬ଟି Post Graduate programme, 17ଟି Under Graduate programme ସହିତ BBA, BCA, ଓ B.ED ପାଠ୍ୟକ୍ରମ ଜାରି ରହିଛି।

ବିକ୍ରମ ଦେବ ମହାବିଦ୍ୟାଳୟରେ ଏବେ ଚାରି ହଜାର ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି। ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ଦକ୍ଷିଣ ଓଡ଼ିଶାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ ମାଇଲ୍‌ ଷ୍ଟୋନ୍‌ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

Advertisment
Odisha Education Koraput