ଧର୍ମଗଡ଼ (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲାରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ରାତିରେ ଏହି ଖବର ଆସିଥିଲା। ଏହାପରେ ଆଜି ଆକ୍ରାନ୍ତଙ୍କ ଗାଁକୁ ସିଲ୍ କରି ଦେଇଛି ଜିଲ୍ଲା ପ୍ରଶାସନ। ତା’ସହିତ ଉକ୍ତ ପଞ୍ଚାୟତରେ ଚଳାଚଳ କରିବା ପାଇଁ ଲୋକଙ୍କୁ ବାରଣ କରାଯାଇଛି। କଳାହାଣ୍ଡି ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି।
ସେହିପରି ଜିଲ୍ଲାପାଳଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଯୁବକଙ୍କୁ କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସଂସ୍ପର୍ଶରେ ୩୧ ଜଣ ଆସିଛନ୍ତି। ସେମାନଙ୍କ ମଧ୍ୟରେ ତାଙ୍କ ପରିବାର ଲୋକ ମଧ୍ୟ ରହିଛନ୍ତି। ସେମାନଙ୍କୁ କ୍ୱାରେଣ୍ଟାଇନ୍ରେ ରଖିବା ସହିତ ସେମାନଙ୍କ ସ୍ୱାବ୍ ଟେଷ୍ଟ୍ କରିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।
ଏଠାରେ କରୋନା ଆକ୍ରାନ୍ତ ହୋଇଥିବା ଯୁବକଙ୍କୁ ୨୯ ବର୍ଷ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦେଇଥିବା ତଥ୍ୟ ଅନୁଯାୟୀ ସେ ପୂର୍ବରୁ ବାହରିନ୍ ଯାଇଥିଲେ।
ଗତକାଲି ଏହି ଯୁବକଙ୍କ ନମୁନା ପଜିଟିଭ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Accident
ଗାଡ଼ି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର: ବାଇକ୍ ଆରୋହୀ ମୃତ, ପୁଲିସ୍ କର୍ମଚାରୀ ଗୁରୁତର
ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Crime
ଜେଡ୍ ଇଷ୍ଟେଟ୍ ମାଲିକଙ୍କ ବୟାନ ପରେ ସତ ଖୋଲିଲା ଇଡି: ଜବତ ହୋଇଛି ୧.୩୯କୋଟି ଟଙ୍କା ସହ ବହୁ ଆପତ୍ତିଜନକ ଦସ୍ତାବିଜ
ଭୁବନେଶ୍ୱରର ଗାଡ଼କଣ ମୌଜାରେ ସାଧାରଣ ପ୍ରଶାସନ ବିଭାଗର ଏକ ମୂଲ୍ୟବାନ ସରକାରୀ ଜମି ଜାଲିଆତି ଅଭିଯୋଗ ମାମଲାର ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ମଧ୍ୟ ଶ୍ରୀ ମହାନ୍ତିଙ୍କ ଅଡ଼ୁଆ ବଢ଼ାଇଛି ।
Miscellaneous
ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
‘ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି।’