ମାଲକାନାଗିରି(ଜିତେନ୍ଦ୍ର ବେଉରା): ମାଲକାନାଗିରି ଜିଲ୍ଲାରେ ଦେଖିବାକୁ ମିଳିଛି ମାଓ ବର୍ବରତା। ପୋଲିସ୍ ଇନଫର୍ମର ସନ୍ଦେହରେ ମାଓବାଦୀମାନେ ପୁଣି ଜଣଙ୍କୁ ହତ୍ୟା କରିଛନ୍ତି। ଘଟଣାଟି ଘଟିଛି କାଲିମେଳା ଥାନା ସୁଧାକୋଣ୍ଡା ଗାଁରେ। ଗତକାଲି ରାତିରେ ଜଣକୁ ଗୁଳି କରି ହତ୍ୟା କରିଛନ୍ତି ମାଓବାଦୀ। ମୃତକ ହେଉଛନ୍ତି ଗଙ୍ଗା ମାଡ଼କାମୀ। ଗୋଟିଏ ଗୁଳି ତାଙ୍କ ମୁଣ୍ଡରେ ବାଜିଥିବା ବେଳେ ଅନ୍ୟଟି ହାତରେ ବାଜିଛି।
ଗତକାଲି ରାତିରେ ୨୦ରୁ ୩୦ଜଣ ସଶସ୍ତ୍ର ମାଓବାଦୀ ଆସି ଗଙ୍ଗାଙ୍କ ଘର କବାଟ ବାଡ଼େଇଥିଲେ। ପରେ ଗଙ୍ଗାଙ୍କ ହାତଗୋଡ଼ ବାନ୍ଧି ନେଇ ଯାଇଥିଲେ। ଆଜି ସକାଳେ ଗାଁ ମୁଣ୍ଡରେ ଗ୍ରାମବାସୀମାନେ ତାଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।