ସୋର(ଓଡ଼ିଶା ରିପୋର୍ଟର): ପତ୍ର ଗୋଟାଇବାକୁ ଯାଇଥିବା ଜଣେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୁକ୍ତକୁ ପିଟି ପିଟି ମାରିଦେଲେ ସ୍ଥାନୀୟ ବାସିନ୍ଦା। ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଅଞ୍ଚଳରେ ଘଟିଛି।
ସୂଚନା ଅନୁସାରେ , ଜଣେ ମହିଳା ପତ୍ର ଗୋଟେଇବାକୁ ସକାଳୁ ଜଙ୍ଗଲକୁ ଯାଇଥିଲେ। ସେହି ଅଞ୍ଚଳର ବସନ୍ତ ସିଂ ନାମକ ଜଣେ ଯୁବକ ତାଙ୍କୁ ସୁଯୋଗ ପାଇ ଦୁଷ୍କର୍ମ କରିଥିଲେ। ଖବର ପାଇ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରରେ ଭର୍ତ୍ତି କରିଛନ୍ତି । ତେବେ ଲୋକେ ଉତକ୍ଷିପ୍ତ ହୋଇ ବସନ୍ତ ସିଂକୁ ନିସ୍ତୁକ ମାଡ଼ ମାରିଥିବା ବେଳେ ତାଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି ।
ଖବର ପାଇ ସୋର ଥାନା ପୋଲିସ ଘଟଣାସ୍ଥଳକୁ ଯାଇଥିଲା । ମୃତଦେହ ଜବତ କରିବା ସହ ପୀଡିତାଙ୍କ ସ୍ୱାମୀଙ୍କୁ ଅଟକ ରଖିଛି ଉଭୟ ପକ୍ଷରୁ କୌଣସି ଏତଲା ହୋଇନଥିବା ସୋର ଥାନା ଆଇଆଇସି କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।