Advertisment

ସଡ଼କ ସୁରକ୍ଷା ଆଇନ୍‌ ଉଲ୍ଲଙ୍ଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସଡ଼କ ସୁରକ୍ଷା ଆଇନ୍‌ ଉଲ୍ଲଙ୍ଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ। ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଏନେଇ ଟ୍ରନ୍ସପୋର୍ଟ କମିଶନର ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟ କମିଟିର ନିର୍ଦ୍ଦେଶ ଲାଗୁ କରିବାକୁ ଚିଠି ଲେଖାଯାଇଛି। ୩ ମାସ ଯାଏଁ ଅସ୍ଥାୟୀ ଭାବେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯିବ। ପ୍ରଥମ ଥର ଉଲ୍ଲଙ୍ଘନ ହେଲେ ମଧ୍ୟ ୩ ମାସ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ। ଧାର୍ଯ୍ୟ ନିୟମଠାରୁ ଅଧିକ ବେଗରେ ଗାଡ଼ି ଚଳାଇଲେ ଲାଇସେନ୍ସ ରଦ୍ଦ […]

ଅଦ୍ୟତନ ହୋଇଛି
ନୂଆ ମୋଟର ଯାନ ଆଇନ ଲାଗୁ ପରେ କମିଛି ଦୁର୍ଘଟଣା

traffic rule

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସଡ଼କ ସୁରକ୍ଷା ଆଇନ୍‌ ଉଲ୍ଲଙ୍ଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ। ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଏନେଇ ଟ୍ରନ୍ସପୋର୍ଟ କମିଶନର ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟ କମିଟିର ନିର୍ଦ୍ଦେଶ ଲାଗୁ କରିବାକୁ ଚିଠି ଲେଖାଯାଇଛି। ୩ ମାସ ଯାଏଁ ଅସ୍ଥାୟୀ ଭାବେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯିବ। ପ୍ରଥମ ଥର ଉଲ୍ଲଙ୍ଘନ ହେଲେ ମଧ୍ୟ ୩ ମାସ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ। ଧାର୍ଯ୍ୟ ନିୟମଠାରୁ ଅଧିକ ବେଗରେ ଗାଡ଼ି ଚଳାଇଲେ ଲାଇସେନ୍ସ ରଦ୍ଦ ହେବ। ଓଭରଲୋଡ୍‌ କିମ୍ବା ମଦ୍ୟପାନ କରି ଗାଡ଼ି ଚାଳନା କଲେ ଲାଇସେନ୍ସ ରଦ୍ଦ ହେବ। ଗାଡ଼ି ଚଳାଇବା ବେଳେ ହେଲମେଟ୍‌ ପିନ୍ଧି ନଥିଲେ, ମୋବାଇଲ ବ୍ୟବହାର କରୁଥିଲେ, ରେଡ୍‌ ଲାଇଟ୍‌ ଉଲ୍ଲଙ୍ଘନ, ରଙ୍ଗରୁଟ୍‌ରେ ଡ୍ରାଇଭ କଲେ ଲାଇସେନ୍ସ ରଦ୍ଦ ହେବ। ଆଇନ୍‌ ଉଲ୍ଲଙ୍ଘନ କ୍ଷେତ୍ରରେ ତୁରନ୍ତ କାର୍ଯ୍ୟାଷ୍ଠାନ ପାଇଁ ଚିଠିରେ ନିର୍ଦ୍ଦେଶ ରହିଛି।

Advertisment

ସୂଚନାରୁ ପ୍ରକାଶ, ଅନେକ ସମୟରେ ଲୋକମାନେ ବେପରୁଆ ଗାଡ଼ି ଚଳାଉଛନ୍ତି। ବିଶେଷକରି ଯୁବ ସମାଜ ଟ୍ରାଫିକ୍‌ ନିୟମକୁ ଖୋଲମ୍‌ଖୋଲା ଉଲ୍ଲଙ୍ଘନ କରୁଥିବା ଦେଖିବାକୁ ମିଳୁଛି। ଯେଉଁଥିପାଇଁ ଅନେକ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ଘଟୁଛି। ଏହାକୁ ଦୃଷ୍ଟରେ ରଖି ସଡ଼କ ସୁରକ୍ଷା ନିୟମକୁ କଡ଼ିକଡ଼ି କରୁଛନ୍ତି ରାଜ୍ୟ ସରକାର। ସଡ଼କ ସୁରକ୍ଷା ଆଇନ୍‌ ଉଲ୍ଲଙ୍ଘନ କଲେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ ବୋଲି ଚେତାବନୀ ଦେଇଛନ୍ତି ସରକାର।

New Motor Vehicle Rule
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe