କୋରାପୁଟ (ସୂର୍ଯ୍ୟନାରାୟଣ ପଣ୍ଡା): ଲାଇନ୍ଚ୍ୟୁତ ହୋଇଛି ବିଶାଖାପାଟଣା-ଜଗଦଲପୁର ୦୮୮୫ ପାସେଞ୍ଜର ଟ୍ରେନ୍। କୋରାପୁଟ ଜିଲ୍ଲା ଜୟପୁର ନିକଟ ଛତ୍ରିପୁଟ ପାଖରେ ଏହି ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଛି। ସେଥିରୁ ଗୋଟିଏ ସ୍ଲିପର କ୍ଲାସ୍ ବଗି ହୋଇଥିବା ବେଳେ ବାକି ୩ଟି ଜେନେରାଲ ବଗି। ତେବେ ଏହି ଦୁର୍ଘଟଣାରେ କିଛି କ୍ଷୟକ୍ଷତି ହୋଇ ନଥିବା ଜଣାପଡ଼ିଛି। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି।
ସୋମବାର ଅପରାହ୍ଣ ପ୍ରାୟ ୨ଟା ବେଳେ ଏହି ଘଟଣା ଘଟିଛି। ତେବେ କିପରି ଏହି ଘଟଣା ଘଟିଲା, ତାହା ଜଣାପଡ଼ିନି। ଟ୍ରେନ୍ ଲାଇନ୍ଚ୍ୟୁତ ହେବା ପରେ ସେଠାରେ ଜୟପୁର ଓ ଛତ୍ରିପୁଟ ରେଳ ଷ୍ଟେସନର ରେଳ ଅଧିକାରୀ ଓ କର୍ମଚାରୀମାନେ ପହଞ୍ଚିଛନ୍ତି। ମରାମତି କାମ ଆରମ୍ଭ ହୋଇଛି। ଫସିଥିବା ଯାତ୍ରୀଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଉଛି ବୋଲି ରେଳବାଇ ପକ୍ଷରୁ କୁହାଯାଇଛି।
ଏହି ଘଟଣାରେ ଦୁଇ ଜଣ ରେଳ କର୍ମଚାରୀକୁ ନିଲମ୍ବନ କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ଗ୍ୟାଙ୍ଗମ୍ୟାନ୍ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ସେକ୍ସନ ଇଞ୍ଜିନିୟର। ଏହି ଦୁଇ ଜଣଙ୍କୁ ନିଲମ୍ବନ କରାଯାଇଥିବା ନେଇ ଡିଆର୍ଏମ୍ ଅନୁପ ଶତପଥୀ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।