ପୁରୀ(ଓଡ଼ିଶା ରିପୋର୍ଟର): ପୁଣି ବଢ଼ିଲା ଶ୍ରୀମନ୍ଦିର ଦର୍ଶନ କଟକଣା। ଜୁନ୍ ୧୫ ତାରିଖ ଯାଏଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଅବଧି ବଢ଼ିଲା। କୋଭିଡ୍ ସ୍ଥିତିକୁ ନେଇ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ସୀମିତ ସେବାୟତଙ୍କୁ ନେଇ ଶ୍ରୀଜିଉଙ୍କ ନୀତିକାନ୍ତି ଜାରି ରହିବ ବୋଲି କୁହାଯାଇଛି।
ପୂର୍ବରୁ ଏପ୍ରିଲ ୨୫ରୁ ମେ ୧୫ ପର୍ଯ୍ୟନ୍ତ ଦର୍ଶନ କଟକଣା କରାଯାଇଥିଲା। ଏବେ କୋଭିଡର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ଏହି ଅବଧିକୁ ବୃଦ୍ଧି କରାଯାଇଛି। ତେବେ ଏହାରି ଭିତରେ ରଥ ନିର୍ବାଣ କାର୍ଯ୍ୟ ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାମ ଆଜିଠାରୁ ଆରମ୍ଭ ହୋଇଛି।
ପ୍ରଥମେ ତୁମ୍ବ କାମ ଆରମ୍ଭ ହୋଇଛି। ତିନିରଥ ନିମନ୍ତେ ତିନୋଟି ତୁମ୍ବ ପାଇଁ କରତି ମାନେ ବଡ଼ବଡ଼ କାଠ ଗଣ୍ଡିକୁ ବଡ଼ କରତ ଦ୍ୱାରା ଚିରଟ କରିଛନ୍ତି। ଗତକାଲି ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ପାଇଁ ଅନୁକୂଳ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।