ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଜୋର ଧରିଛି ପ୍ରଚାର। ଆସନ୍ତା ୨୯ ତାରିଖରେ ହେବ ଭୋଟଗ୍ରହଣ ହେବ। ରାଜ୍ୟର ୬ ଲୋକସଭା ଆସନ ସହ ଏହି କ୍ଷେତ୍ରରେ ଆସୁଥିବା ୪୧ ବିଧାନସଭା ଆସନରେ ହେବ ଭୋଟଗ୍ରହଣ। କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ,ବାଲେଶ୍ୱର ଓ ମୟୂରଭଂଜ ଲୋକସଭା ଆସନରେ ଭୋଟଗ୍ରହଣ ହେବ।
ନିର୍ବାଚନ ପ୍ରଚାର ଲାଗି ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ଅପରାହ୍ନରେ ଭଦ୍ରକ ବରାହପୁର କଲେଜ ପଡ଼ିଆରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ। ଏହାପରେ ଅପରାହ୍ନ ୨ଟା ୩୦ରେ ଭଦ୍ରକ ବନ୍ତ ବ୍ଲକ ହାଟ ପଡ଼ିଆରେ ଏକ ବିରାଟ ଜନସଭାକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ୨୭ ତାରିଖରେ ସରିବ ନିର୍ବାଚନ ପ୍ରଚାର।
ହାତରେ ପ୍ରଚାରକୁ ଆଉ ମାତ୍ର ୪ ଦିନ ଥିବାବେଳେ ତିନି ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଚାଲିଛି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ସହ ରାଜ୍ୟରେ ସରିବ ନିର୍ବାଚନୀ ଅଭିଯାନ। ଆସନ୍ତା ମେ ୨୩ ତାରିଖରେ ଭୋଟ ଗଣତି ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।