ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଓ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ କୋଭିଡ କଟକଣା ସହ ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ ଗଣତି ।
ଗଣତି ପାଇଁ ପ୍ରତି ନିର୍ବାଚନମଣ୍ଡଳୀରେ ୩ଟି ଲେଖାଏଁ କାଉଣ୍ଟିଂ ହଲ୍ ରହିଛି । ଦୁଇଟି ହଲ୍ରେ ୭ଟି ଲେଖାଏଁ ୧୪ଟି ଟେବୁଲ ଓ ତୃତୀୟ ହଲ୍ରେ ପୋଷ୍ଟାଲ୍ ବ୍ୟାଲଟ୍ରେ ଗଣତି ପାଇଁ ବ୍ୟବସ୍ଥା ହୋଇଛି । ପ୍ରତି ଟେବୁଲ୍ରେ ଗଣନା ପାଇଁ ୩ ଜଣ ଲେଖାଏଁ କର୍ମଚାରୀ ଏବଂ ଜଣେ ଲେଖାଏଁ କାଉଣ୍ଟିଂ ଏଜେଣ୍ଟ ଥିବା ଜଣାଯାଇଛି।
ପ୍ରଥମେ ପୋଷ୍ଟାଲ୍ ବ୍ୟାଲଟ୍ରେ ଗଣତି ଆରମ୍ଭ ହୋଇଥିବା ବେଳେ ଠିକ୍ ସାଢ଼େ ୮ଟାରୁ ଆରମ୍ଭ ହେବ ଇଭିଏମ୍ ଗଣତି ।
ତିର୍ତ୍ତୋଲରେ ୩୭୩ ଓ ବାଲେଶ୍ୱରେ ୩୪୬ଟି ବୁଥ୍ ରହିଛି । ତେବେ ଗଣତି ଶେଷରେ ପ୍ରତି ନିର୍ବାଚନମଣ୍ଡଳୀର ଯେକୌଣସି ୫ଟି ବୁଥ୍ରେ ଭିଭିପ୍ୟାଟ୍ ଗଣନା କରାଯିବ ।
ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ଗଣତି ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।