ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଚାଲିଛି ମତଦାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୫ଟି ଆସନ ପାଇଁ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି। ଓଡ଼ିଶାରେ ୫ଟି ଲୋକସଭା ସହ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ଏହି ୫ଟି ଲୋକସଭା ଆସନ ହେଲା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା। ଏହା ଅଧୀନରେ ଥିବା ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ […]

2nd-fasemmmmmmmmmmmmmmmmm

Tapaswini Nayak
  • Published: Thursday, 18 April 2019
  • , Updated: 18 April 2019, 07:52 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୫ଟି ଆସନ ପାଇଁ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି।

ଓଡ଼ିଶାରେ ୫ଟି ଲୋକସଭା ସହ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ଏହି ୫ଟି ଲୋକସଭା ଆସନ ହେଲା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା। ଏହା ଅଧୀନରେ ଥିବା ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବି ଭୋଟ ଗ୍ରହଣ ଚାଲିଛି।

ଏହି ପର୍ଯ୍ୟାୟରେ ୫ ଲୋକସଭାରେ ୩୫ ଜଣ ପ୍ରାର୍ଥୀ ରହିଛନ୍ତି। ଏମାନଙ୍କ ମଧ୍ୟରେ ୩୦ ଜଣ ପୁରୁଷ ଥିବା ବେଳେ ୫ ଜଣ ମହିଳା ରହିଛନ୍ତି। ସେହିପରି ୩୫ଟି ବିଧାନସଭା ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୨୪୪ ଜଣ ପ୍ରାର୍ଥୀ। ଏମାନଙ୍କ ମଧ୍ୟରେ ୨୧୯ ଜଣ ପୁରୁଷ ଓ ୨୫ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି।

୫ ଲୋକସଭା ଆସନର ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର ମତଦାନ କରିବେ। ଏମାନଙ୍କ ମଧ୍ୟରେ ୩୯ ଲକ୍ଷ ୪୫ ହଜାର ୨୫ ପୁରୁଷ ଭୋଟର ଥିବା ବେଳେ ୩୭ ଲକ୍ଷ ୪୭ ହ ଜାର ୪୯୩ ମହିଳା ଭୋଟର ରହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୯ ହଜାର ୧୧୭ଟି ପୋଲିଂ ବୁଥ୍ କରାଯାଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ। ତେବେ ମାଓ ପ୍ରବଣ ଓ ସମ୍ବେଦନଶୀଳ ବୁଥ୍ ଗୁଡିକରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ।

Related story