Advertisment

ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ସକାଳ ୭ଟାରୁ ଚାଲିଛି ଭୋଟ୍ ଗ୍ରହଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ୨୭ଟି ଜିଲ୍ଲାର ୬୪ଟି ବ୍ଲକର ୧୬୩ଟି ଜିଲ୍ଲା ପରିଷଦ ଜୋନ ଅନ୍ତର୍ଗତ ୧୨୫୪ଟି ପଂଚାୟତରେ ମତଦାନ ହେଉଛି। ଏଥିପାଇଁ ମୋଟ ୧୭,୦୮୯ଟି ବୁଥ୍‌ ହୋଇଛି। ୫୧.୩୧ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ୧୬୩ଟି ଜିଲ୍ଲା ପରିଷଦ ଆସନରେ ମୋଟ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ସକାଳ ୭ଟାରୁ ଚାଲିଛି ଭୋଟ୍ ଗ୍ରହଣ

vote

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ।

Advertisment

ଏହି ପର୍ଯ୍ୟାୟରେ ୨୭ଟି ଜିଲ୍ଲାର ୬୪ଟି ବ୍ଲକର ୧୬୩ଟି ଜିଲ୍ଲା ପରିଷଦ ଜୋନ ଅନ୍ତର୍ଗତ ୧୨୫୪ଟି ପଂଚାୟତରେ ମତଦାନ ହେଉଛି। ଏଥିପାଇଁ ମୋଟ ୧୭,୦୮୯ଟି ବୁଥ୍‌ ହୋଇଛି। ୫୧.୩୧ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ୧୬୩ଟି ଜିଲ୍ଲା ପରିଷଦ ଆସନରେ ମୋଟ ୬୬୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଆଜି ଭୋଟ୍ ବାକ୍ସରେ ସିଲ୍ ହୋଇ ରହିଯିବ।

୧୭,୦୮୯ଟି ବୁଥରେ ମତଦାନ ନିମନ୍ତେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିପାଇଁ ୨୫୭ ପ୍ଲାଟୁନ୍ ପୁଲିସ ଫୋର୍ସ ଓ ୧,୪୭୩ଟି ମୋବାଇଲ ପାଟ୍ରୋଲିଂ ଟିମ୍ ମୁତୟନ ହୋଇଛନ୍ତି। ୧୭,୦୮୯ଟି ବୁଥ୍‌ରୁ ୨,୫୬୩ଟି ସମ୍ବେଦନଶୀଳ ରହିଛି।  ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ଏହି ସବୁ ବୁଥ୍‌ରେ ଅଧିକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Advertisment

ସୂଚନାଯୋଗ୍ୟ, ଗତ ୩ଟି ପର୍ଯ୍ୟାୟ ନିର୍ବାଚନରେ ଯେଭଳି ହିଂସାକାଣ୍ଡ ହେଉଛି, ତାହା ରାଜ୍ୟ ପୁଲିସର ବିଫଳତାକୁ ପଦାରେ ପକାଇଥିବା ବେଳେ ରାଜ୍ୟ ପଂଚାୟତ ନିର୍ବାଚନ ଇତିହାସରେ ପ୍ରଥମ ଥର ପାଇଁ ଏତେ ପରିମାଣର ହିଂସାକାଣ୍ଡ ଓ ବିଶୃଙ୍ଖଳା ହେଉଥିବା ଜଣାପଡ଼ିଛି।

Odisha Panchayat Election 2022