Advertisment

ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଭିନ୍ନ କେନ୍ଦ୍ରରେ ମତଦାନ ବିଳମ୍ବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସକାଳ ୭ଟାରୁ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ତେବେ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଭିନ୍ନ ବୁଥ୍‌ରେ ମତଦାନ ବିଳମ୍ବ ହୋଇଥିବା ସୂଚନା ମିଳିଛି। କୋରାପୁଟ ଜିଲ୍ଲା ଜୟପୁର ପାରାବେଡ଼ା ହାଇସ୍କୁଲର ୧୬୨ ନମ୍ବର ବୁଥ୍‌, ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ୟୁପି ସ୍କୁଲର ୨୧୧ ନମ୍ବର ବୁଥ୍‌ରେ ମତଦାନ ବିଳମ୍ବ ହୋଇଥିବା ଜଣାପଡ଼ିଛି। ସେହିପରି କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍‌ର ୩ଟି ବୁଥ୍‌ରେ ମଧ୍ୟ ମତଦାନ ବିଳମ୍ବ […]

ଅଦ୍ୟତନ ହୋଇଛି
ଇଭିଏମ୍ ଖରାପ, ବିଭିନ୍ନ ସ୍ଥାନରେ ମତଦାନ ବିଳମ୍ବ

voting

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସକାଳ ୭ଟାରୁ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ତେବେ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଭିନ୍ନ ବୁଥ୍‌ରେ ମତଦାନ ବିଳମ୍ବ ହୋଇଥିବା ସୂଚନା ମିଳିଛି।

Advertisment

କୋରାପୁଟ ଜିଲ୍ଲା ଜୟପୁର ପାରାବେଡ଼ା ହାଇସ୍କୁଲର ୧୬୨ ନମ୍ବର ବୁଥ୍‌, ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ୟୁପି ସ୍କୁଲର ୨୧୧ ନମ୍ବର ବୁଥ୍‌ରେ ମତଦାନ ବିଳମ୍ବ ହୋଇଥିବା ଜଣାପଡ଼ିଛି।

ସେହିପରି କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍‌ର ୩ଟି ବୁଥ୍‌ରେ ମଧ୍ୟ ମତଦାନ ବିଳମ୍ବ ହୋଇଛି। ଲମତାପୁଟ ହାଇସ୍କୁଲ୍‌ର ୭୭ ନମ୍ବର ବୁଥ୍‌, ହନୁମାଳ ଏମ୍ଇ ସ୍କୁଲର ୬୮ ନମ୍ବର ବୁଥ୍ ଓ ଅନକାଡ଼େଲି ୟୁପି ସ୍କୁଲର ୬୯ ନମ୍ବର ବୁଥ୍‌ରେ ମତଦାନରେ ବିଳମ୍ବ ହୋଇଛି।

Advertisment

ମାଲକାନ୍‌ଗିରି ଜିଲ୍ଲାର ୧୦ଟି ବୁଥ୍‌ରେ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଭୋଟ୍‌ ଗ୍ରହଣରେ ବିଳମ୍ବ ହୋଇଛି। ରାୟଗଡ଼ାର ପଦ୍ମପୁର ବ୍ଲକ୍‌ର ୧୧୨ ନମ୍ବର ବୁଥ୍‌ରେ ଭିଭିପ୍ୟାଟ୍‌ ଅଚଳ ଯୋଗୁ ମତଦାନ ବିଳମ୍ବ ହୋଇଥିବା ଜଣାପଡ଼ିଛି।

ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍‌ର ୨ଟି ବୁଥ୍‌ ଓ ରାଇଘର ବ୍ଲକ୍‌ର ଗୋଟିଏ ବୁଥ୍‌ରେ ଇଭିଏମ୍‌ ଅଚଳ ହୋଇଯାଇଥିବା ଜଣାପଡ଼ିଛି।

ଆଜି ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ଏହି ୪ଟି ଲୋକସଭା ଆସନ ହେଲା- କଳାହାଣ୍ଡି, କୋରାପୁଟ, ବ୍ରହ୍ମପୁର ଓ ନବରଙ୍ଗପୁର।

ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଆସନ ପାଇଁ ୨୬ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି। ସେହିପରି ୨୮ଟି ବିଧାନସଭା ଆସନ ପାଇଁ ୧୯୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୋଟ୍ ୬୦ଲକ୍ଷ ୩  ହଜାର ୭୦୭ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ସେମାନଙ୍କ ମଧ୍ୟରୁ ମହିଳା ଭୋଟର୍‌ଙ୍କ ସଂଖ୍ୟା ହେଉଛି ୩୦ ଲକ୍ଷ ୩୦ ହଜାର ୨୨୨। ସୁରୁଖୁରୁରେ ମତଦାନ ପାଇଁ ୭ ହଜାର ୨୩୩ଟି ପୋଲିଂ ବୁଥ୍ କରାଯାଇଛି।  ଏହା ମଧ୍ୟରୁ ୨୩ଶହ ୭୫ଟି ଅତି ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ ହୋଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe