ଉମରକୋଟ(କାର୍ତ୍ତିକ ମଲ୍ଲିକ): ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘରର କାନ୍ଥ। କାନ୍ଥ ତଳେ ଚାପି ହୋଇ ଚାଲିଯାଇଛି ୯ ବର୍ଷିୟ ଶିଶୁପୁତ୍ରର ଜୀବନ। ଆଜି ସକାଳେ ଏହି ଘଟଣା ଘଟିଛି। ମୃତକ ଜଣକ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ଅନ୍ତର୍ଗତ କୁବଢାଡିହି ଗ୍ରାମର ପାଲା ଗଣ୍ଡଙ୍କ ପୁଅ ଆକାଶ ଗଣ୍ଡ। ତେବେ ଏହି ଘଟଣାରେ ପରିବାର ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ସୂଚନା ମୁତାବକ, ଏହି ଅଞ୍ଚଳରେ କିଛି ଦିନ ଧରି ବର୍ଷା ଲାଗି ରହିଛି। ଅଭାବି ଓ ଦାରିଦ୍ରତା ଭିତରେ ପାଲାଙ୍କ ପରିବାର ଏକ ଛୋଟିଆ ଘରେ ବସବାସ କରୁଥିଲେ। ବର୍ଷା ମାଡ଼ରେ ଘରର କାନ୍ଥ ଦୁର୍ବଳ ହୋଇପଡ଼ିଥିଲା। ଗତକାଲି ରାତିରେ ପରିବାର ଲୋକେ ଖାଇପିଇ ଏହି ଘରେ ଶୋଇଥିଲେ। ଆଜି ଭୋର ସମୟରେ ହଠାତ୍ ଘରର କାନ୍ଥଟି ଭୁଶୁଡ଼ି ପଡ଼ିଥିଲା। ଯାହା ଘରେ ଶୋଇଥିବା ସମସ୍ତଙ୍କ ଉପରେ ପଡ଼ିଯାଇଥିଲା। ହେଲେ ଦୁର୍ଭାଗ୍ୟକୁ ଏହି ଦୁର୍ଘଟଣାରେ ଶିଶୁର ଜୀବନ ଚାଲିଯାଇଥିଲା। ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ଘଟଣା ସ୍ଥଳରେ ରାଇଘର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।