ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା):ଘର ଜଳିଗଲା। ତା’ ସହିତ ଜଳିଗଲେ ମହିଳା ୱାର୍ଡମେମ୍ବର। ଆଜି ଏହି ଦୁଃଖଦ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ପଞ୍ଚାୟତର ୧ ନମ୍ବର ୱାର୍ଡରେ। ମୃତ ୱାର୍ଡମେମ୍ବରଙ୍କ ନାଁ ସରସ୍ୱତୀ ସେଠୀ।
ଆଜି ସକାଳ ପ୍ରାୟ ସାଢ଼େ ୧୦ଟା ବେଳେ ସରସ୍ୱତୀଙ୍କ ଘର ଜଳୁଥିବା ଦେଖି ଗାଁ ଲୋକେ ଅଗ୍ନିଶମ ବାହିନୀକୁ ଫୋନ୍ କରିଥିଲେ। ତିର୍ତ୍ତୋଲରୁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହିତ ସରସ୍ୱତୀଙ୍କୁ ଉଦ୍ଧାର କରିଥିଲେ।
ଆମ୍ବୁଲାନ୍ସ ଯୋଗେ ଗୁରୁତର ସରସ୍ୱତୀଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଚୁଲିରୁ ନିଆଁ ଲାଗି ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। କିନ୍ତୁ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ।
ଏହି ଘଟଣାବେଳେ ସରସ୍ୱତୀଙ୍କ ସ୍ୱାମୀ ଘରେ ନଥିଲେ। ତାଙ୍କ ଯା’ ଥିଲେ। ତେବେ ସେ ଚାଳ ଘରକୁ ଲାଗି ଥିବା ପକ୍କା ଘରେ ଥିଲେ। ସରସ୍ୱତୀଙ୍କ ପିଲାମାନେ ଓଡ଼ିଶା ବାହାରେ ରହନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।