କଟକ (ଓଡ଼ିଶା ରିପୋର୍ଟର): କଟକ ମୁଣ୍ଡଳୀରେ କମୁଛି ଜଳସ୍ତର। ଗତକାଲି ଯେତେ ପାଣି ପ୍ରବାହିତ ହେଉଥିଲା, ଆଜି ତାହା ପ୍ରାୟ ଅଧାକୁ ଖସି ଆସିଲାଣି । ଗତକାଲି ପ୍ରତି ସେକେଣ୍ଡରେ ୮ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେଉଥିବା ବେଳେ ଏବେ ୪ ଲକ୍ଷ ୫୮ ହଜାର ୪୧୫ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି । ପ୍ରତି ଘଣ୍ଟାରେ ୮ ହଜାର କ୍ୟୁସେକ୍ ଜଳ କମୁଛି । କିନ୍ତୁ ହୀରାକୁଦରୁ ପାଣି ଆସିଲେ, ପୁଣି ଜଳସ୍ତର ବଢ଼ିବ।
ଗତକାଲି ହୀରାକୁଦରୁ ଯେଉଁ ପାଣି ଛଡ଼ା ଯାଇଥିଲା, ତାହା ଆଜି ମଧ୍ୟରାତ୍ରି କିମ୍ବା ଆସନ୍ତାକାଲି ମୁଣ୍ଡଳିରେ ପହଞ୍ଚିବ । ତେଣୁ ତଳିଆ ଅଞ୍ଚଳରୁ ଲୋକଙ୍କୁ ନିରାପଦ ସ୍ଥାନକୁ ନିଆ ଯାଇଛି । ତେବେ ହୀରାକୁଦରୁ ପାଣି ଆସିବା ପରେ ବାଙ୍କୀ ଓ ଆଠଗଡ଼ର କିଛି ଅଞ୍ଚଳ ଜଳମଗ୍ନ ହୋଇପାରେ । ଏହା ଦ୍ୱାରା ତଳିଆ ଅଞ୍ଚଳରେ ପାଣି ପ୍ରବେଶ କରିବାର ଆଶଙ୍କା ଅଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।