ରେବ ନଦୀରେ ବଢ଼ୁଛି ଜଳସ୍ତର; ବହୁ ଗାଁ ଜଳବନ୍ଦୀ

ଭଦ୍ରକ(ପାର୍ଥ ସାରଥୀ ନାୟକ): ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲ୍ଲା ଦେଇ ପ୍ରବାହିତ ରେବ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ବନ୍ତ ବ୍ଲକରେ ଶହ ଶହ ଏକର ଚାଷ ଜମି ଜଳମଗ୍ନ ହେବା ସହ ଅନେକ ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି । ବ୍ଲକ ସଦର ମହକୁମା ଓ ଜିଲ୍ଲା ମୁଖ୍ୟାଳୟକୁ ଯିବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ । ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଡିଆ ଗାଁକୁ ୨ଟି ରାସ୍ତା  ସଂଯୋଗ  କରୁଥିବା ବେଳେ  […]

bhadrak-1

bhadrak-1

Niharika Rout
  • Published: Wednesday, 26 August 2020
  • Updated: 26 August 2020, 08:38 AM IST

Sports

Latest News

ଭଦ୍ରକ(ପାର୍ଥ ସାରଥୀ ନାୟକ): ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲ୍ଲା ଦେଇ ପ୍ରବାହିତ ରେବ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ବନ୍ତ ବ୍ଲକରେ ଶହ ଶହ ଏକର ଚାଷ ଜମି ଜଳମଗ୍ନ ହେବା ସହ ଅନେକ ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି । ବ୍ଲକ ସଦର ମହକୁମା ଓ ଜିଲ୍ଲା ମୁଖ୍ୟାଳୟକୁ ଯିବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ ।

ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଡିଆ ଗାଁକୁ ୨ଟି ରାସ୍ତା  ସଂଯୋଗ  କରୁଥିବା ବେଳେ  ଗୋଟିଏ ରାସ୍ତାରେ ଏବେ ଆଣ୍ଠୁଏ ପାଣିର ସୁଅ ଚାଲିଛି । ଅନ୍ୟ ରାସ୍ତାରେ ବର୍ଷା ପାଇଁ ଘାଇ ହୋଇଯାଇଛି । ଫଳରେ ଗ୍ରାମଟି ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇ ଯାଇଛି।   

ଗୋହିରାପଦୀଠାରେ ରେଳବାଇ ପୋଲ ଦେଇ ପ୍ରାୟ ଅଢେଇ ଫୁଟ୍ ଉଚ୍ଚତାର ପାଣି ପ୍ରବାହିତ ହେଉଛି । କ୍ରାନ୍ତିକାରୀ କୃଷକ ମହାସଂଘର ଆବାହକଙ୍କ ସହ ଏକ ଟିମ୍‌ ଗାଁକୁ ଯାଇ ସ୍ଥିତି ପରଖିଛନ୍ତି । ଏଥିସହ  ଗୋଷ୍ଠୀ ଉନୟନ ଅଧିକାରୀଙ୍କୁ ଭେଟି କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରି କ୍ଷତିପୂରଣ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos