/odisha-reporter/media/post_attachments/uploads/2021/04/Naveen-Pattnaik.jpg)
Naveen Pattnaik
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବାତ୍ୟା ୟାସ୍ ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ହେବ । ଗତବର୍ଷ ଆ ମେ କୋଭିଡ଼ ସହ ଅମ୍ପନ ବାତ୍ୟାକୁ ସାମ୍ନା କରିଥିଲେ । ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ରହିବାକୁ ହେବ । ସାମାନ୍ୟ ଅବହେଳା ଆମ ପାଇଁ ବଡ଼ ବିପଦ ସୃଷ୍ଟି କରିବ । ବାତ୍ୟା ଓ କୋଭିଡ଼ର ମୁକାବିଲା କରିବାକୁ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ଆପଣମାନଙ୍କ ସହଯୋଗ ହିଁ ଆମ ପ୍ରସ୍ତୁତିକୁ ମଜବୁତ କରିବ । ସାଢ଼େ ୪ କୋଟି ଓଡ଼ିଶାବାସୀ ମୋ ପରିବାର । ମୋ ପରିବାରର ନିରାପତ୍ତା ମୋ ପାଇଁ ପ୍ରାଥମିକତା । ଆଶ୍ରୟସ୍ଥଳୀ ବା ନିରାପଦ ସ୍ଥାନକୁ ଯିବାକୁ ନିବେଦନ କଲେ ନବୀନ । କରୋନା ସମୟରେ ଆମକୁ ଅଧିକ ସାବଧାନ ରହିବାକୁ ହେବ । ଆଶ୍ରୟସ୍ଥଳୀରେ ବା ଘରେ ବାତ୍ୟା ବେଳେ ଦୁଇଟି ମାସ୍କ ପିନ୍ଧନ୍ତୁ । ସମସ୍ତେ ଦୁଇ ବିପଦ ବିରୋଧରେ ଏକାଠି ଲଢ଼ିବା ଓ ନିଶ୍ଚିତ ଜିତିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ ଆସନ୍ତା ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ‘ୟାସ୍’ ସ୍ଥଳଭାଗକୁ ଛୁଇଁବ। ପାରାଦୀପ-ସାଗରଦ୍ୱୀପ ମଝିରେ ଲ୍ୟାଣ୍ଡଫଲ୍ କରିବ। ବାତ୍ୟା ‘ୟାସ୍’ ବାଲେଶ୍ୱର ପାଖାପାଖି ଲ୍ୟାଣ୍ଡଫଲ୍ କରିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି। ବାତ୍ୟା ପ୍ରଭାବରେ ଉପକୂଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ପରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଶ୍ରୀ ବିଶ୍ୱାସ କହିଛନ୍ତି।
ବାତ୍ୟା ୟାସ୍ ସମ୍ବନ୍ଧୀୟ ଲାଇଭ୍ ଅପଡେଟ୍ ପାଇଁ କ୍ଲିକ କରନ୍ତୁ
ସେ କହିଛନ୍ତି-“ ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା , ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ୟାସ୍’ ଏବେ ପାରାଦୀପଠାରୁ ୫୦୦ କିଲୋମିଟର ଦୂରରେ ରହିଛି। ଆଜି ଏହା ଭୀଷଣ ବାତ୍ୟାର ରୂପ ନେବ। ଆସନ୍ତା କାଲି ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ୨୬ ତାରିଖ ଦ୍ୱି’ପ୍ରହରରେ ଏହା ପାରାଦୀପ ଓ ସାଗର ଦୀପ ମଝି ବାଲେଶ୍ୱର ଆପଖାପଖ ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
