ଏହି ସବୁ ଜିଲ୍ଲାରେ ବର୍ଷା ସହ ହୋଇପାରେ ବଜ୍ରପାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ଟା ୩୦ ପର୍ଯ୍ୟନ୍ତ ୧୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡ଼ା। ସୂଚନା ଅନୁସାରେ, ବର୍ଷା ଓ […]

light-1,.

Jyoshna Pradhan
  • Published: Thursday, 12 September 2019
  • , Updated: 12 September 2019, 11:24 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧ଟା ୩୦ ପର୍ଯ୍ୟନ୍ତ ୧୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡ଼ା।

ସୂଚନା ଅନୁସାରେ, ବର୍ଷା ଓ ବଜ୍ରପାତ ନେଇ ସକାଳ ସାଢ଼େ ଦଶଟା ଯାଏ ସତର୍କ ରହିବାକୁ ୧୪ଟି ଜିଲ୍ଲାବାସୀଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।

Related story