Advertisment

ଆଜିଠୁ ବର୍ଷା, ସତର୍କ ରହିବାକୁ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭିଜିବ ଓଡ଼ିଶା, ଆଜିଠୁ ବର୍ଷା ସମ୍ଭାବନା। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଅାପଡ଼ା ଓ ବରଗଡ଼  ଏହି ୧୧ଟି ଜିଲ୍ଲାରେ ବର୍ଷା ହେବା ସଂଭାବନା ରହିଛି। ସେହିଭଳି ୧୮ ଓ ୧୯ ତାରିଖରେ ୧୨ ଜିଲ୍ଲାରେ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ […]

author-image
Madhupriya Mistry
ଅଦ୍ୟତନ ହୋଇଛି
ବର୍ଷା ସହ ବଜ୍ରପାତ ସମ୍ଭାବନା

Rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭିଜିବ ଓଡ଼ିଶା, ଆଜିଠୁ ବର୍ଷା ସମ୍ଭାବନା। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଅାପଡ଼ା ଓ ବରଗଡ଼  ଏହି ୧୧ଟି ଜିଲ୍ଲାରେ ବର୍ଷା ହେବା ସଂଭାବନା ରହିଛି।

Advertisment

ସେହିଭଳି ୧୮ ଓ ୧୯ ତାରିଖରେ ୧୨ ଜିଲ୍ଲାରେ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗର ସୂଚନା ପରେ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ସୂଚନା ଦିଆଯାଇଛି। ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ  ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି।  ସେହିପରି ଫସଲ ସୁରକ୍ଷିତ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

Rain Alert