Advertisment

‌ଆହୁରି ୨ ଦିନ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ବି ସମାନ ସ୍ଥିତି ଦେଖିବାକୁ ମିଳିଛି। ଆଉ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୂଚନା ଦେଇଛନ୍ତି। ସେ କହିଛନ୍ତି, “ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତା’ସହିତ […]

ଅଦ୍ୟତନ ହୋଇଛି
‌ଆହୁରି ୨ ଦିନ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

h.rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ବି ସମାନ ସ୍ଥିତି ଦେଖିବାକୁ ମିଳିଛି। ଆଉ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି, “ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତା’ସହିତ ଘଡ଼ଘଡ଼ି ଓ କୁଆପଥର ନେଇ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ସମ୍ୱଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ଢେଙ୍କାନାଳ। ସେହିପରି ୧୩ଟି ଜିଲ୍ଲାରେ  ୩୦ରୁ ୪୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ। ତେବେ ଆକାଶରୁ ମେଘ ଛାଡ଼ି ଗଲା ପରେ ଗୋଟିଏ ଦୁଇଟି ସ୍ଥାନରେ ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀକୁ ହ୍ରାସ ପାଇବାର ସମ୍ଭାବନା ରହିଛି।”

ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ବର୍ଷା ପାଇଁ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍‌ଆର୍‌ସି। ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ରହିବାକୁ ଜିଲ୍ଲାପାଳମାନଙ୍କ ପରାମର୍ଶ ଦିଆଯାଇଛି। ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଘନ କୁହୁଡ଼ି ପଡ଼ିଥିଲେ ପୁଲିସ୍‌ ଓ ପରିବହନ ଅଧିକାରୀଙ୍କ ସହାୟତାରେ ହାଇୱେରେ ଗାଡ଼ି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ବର୍ଷା ତଥା କୁହୁଡ଼ିଜନିତ ଅଘଟଣ ଘଟିଲେ ତୁରନ୍ତ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

Advertisment

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡ଼ିରେ ୧୭.୦ ମିମି, ବୌଦ୍ଧରେ ୧୬.୨ ମିମି, ସୋନୁପରରେ ୬.୭ ମିମି, ଫୁଲବାଣୀରେ ୭.୬ ମିମି, କଟକ, ମୟୂରଭଞ୍ଜ ଓ ଭାବନୀ ପାଟଣାରେ ୪.୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe