ଆଜି ଏହି ସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନ ମୋହନ ଦାସ କହିଛନ୍ତି। ସେ କହିଛନ୍ତି, “ ଆସନ୍ତାକାଲି ଗଞ୍ଜାମ, ରାୟଗଡ଼ା, କୋରାପୁଟ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଗଜପତି ଜିଲ୍ଲାରେ ମଧ୍ୟ […]

rain1

Jyoshna Pradhan
  • Published: Thursday, 09 January 2020
  • , Updated: 09 January 2020, 12:31 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନ ମୋହନ ଦାସ କହିଛନ୍ତି।

ସେ କହିଛନ୍ତି, “ ଆସନ୍ତାକାଲି ଗଞ୍ଜାମ, ରାୟଗଡ଼ା, କୋରାପୁଟ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଗଜପତି ଜିଲ୍ଲାରେ ମଧ୍ୟ ସ୍ୱଳ୍ପ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଓ ବଲାଙ୍ଗିର ଜିଲ୍ଲାରେ ମଧ୍ୟ କୁହୁଡ଼ି ଦେଖାଯିବା ନେଇ ପୂର୍ବାନୁମାନ କରାଯାଇଛି।”

ସେ ଆହୁରି କହିଛନ୍ତି,“ ଗତକାଲି ସମ୍ୱଲପୁର, ହୀରାକୁଦ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ହୋଇଛି। ଏଥିସହ ଅନୁଗୋଳ, ଭବାନୀପାଟଣା,କଟକ, ଭୁବନେଶ୍ୱର ଓ ସୁନ୍ଦରଗଡ଼ରେ ମଧ୍ୟ କୁହୁଡ଼ି ଦେଖିବାକୁ ମିଳିଥିଲା।”

 

 

Related story