ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଉ ଦିନକ ପରେ ବଢ଼ିବ ତାତି। ଅସହ୍ୟ ହେବ ଗ୍ରୀଷ୍ମ ଲହରୀ। ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବଢିବ ତାତି। ବିଶେଷ କରି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅସହ୍ୟ ଗ୍ରୀଷ୍ମ ଲହରୀ ଆଶଙ୍କା ରହିଛି। ଆଇଏମ୍ଡିର ପୂର୍ବାନୁମାନ ଅନୁସାରେ ୧୬ ଏବଂ ୧୭ ତାରିଖ ଦୁଇ ଦିନ ଧରି ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୬ ତାରିଖରେ ପଶ୍ଚିମ ଓଡ଼ିଶାର ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବା ସମ୍ଭାବନା ରହିଛି। ଏହାକୁ ଆଖି ଆଗରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୧୭ ତାରିଖ ପାଇଁ ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତକାଲି ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର ଥିଲା। ଏଠାରେ ସର୍ବାଧିକ ତାପମାତ୍ରା ୩୭.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେପଟେ ରାଜ୍ୟର କିଛି ଅଞ୍ଚଳରେ ଆଜି ଘନ କୁହୁଡ଼ି ଦେଖା ଦେଇଛି। ବିଶେଷ କରି ଭୁବନେଶ୍ୱର, ଖୋର୍ଦ୍ଧା, କଟକର ଆଖପାଖ ଅଞ୍ଚଳରେ କୁହୁଡ଼ି ଦେଖା ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖୋଲୁଛି ବଂଲାଦେଶୀ ନାବାଳିକା ପେଡି; ପଞ୍ଝାରେ ଆଉ ଜଣେ ଦଲାଲ୍
ନବାଳିକାମାନେ ଅଭିଯୁକ୍ତ ସୁଲେମାନକୁ ଚିହ୍ନଟ କରିଛି। ଏହି ମାମଲାରେ ସୋମବାର କଟକ ସିଟି ମାଜିଷ୍ଟ୍ରେଟ୍ଙ୍କ କୋର୍ଟରେ ପୀଡ଼ିତାଙ୍କର ବୟାନ ରେକର୍ଡ କରାଯିବା ସହ ଡାକ୍ତରଖାନାରେ ଡାକ୍ତରୀ ମାଇନା ହୋଇଛି।
Accident
ମଝି ରାସ୍ତାରେ ଦୁଇ ବାଇକ୍ ପିଟି ହେଲେ
ଲୋକେ ୩ ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେଲପଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।
Crime
ନାବାଳିକା ପୋଡ଼ି ମାମଲାରେ ଦମ୍ପତିଙ୍କ ସମେତ ୩ ଦଣ୍ଡିତ
୨୦୧୭ ମାର୍ଚ୍ଚ ୨୬ ତାରିଖରେ ୩ ଅଭିଯୁକ୍ତ ଯଥା ଚକ୍ରଧର ନାୟକ, ତାଙ୍କ ପତ୍ନୀ ଅନିମା ଓ କେୟାରଟେକର ଚିନ୍ତାମଣି ନାବାଳିକାଙ୍କୁ ଘରେ ପୂରାଇ ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା।
Miscellaneous
ରାଜ୍ୟରେ ୫ ମାସରେ ୪୦ ହାତୀଙ୍କ ମୃତ୍ୟୁ ହୋଇଛି
ଗତ ତିନି ବର୍ଷରେ ୬୬୮ ଜଣଙ୍କୁ ମାରିଛି ହାତୀ, ୫ ବର୍ଷରେ ୨୨ ଜଣଙ୍କୁ ଖାଇଲାଣି କୁମ୍ଭୀର। ବିଧାନସଭାରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।
Miscellaneous
ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା ଓ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।