Advertisment

ଆଜିଠୁ ସପ୍ତାହାନ୍ତ ଶଟଡାଉନ୍‌; ଚେକିଂ କଡ଼ାକଡ଼ି, ଅମାନିଆଙ୍କ ଉପରେ ନଜର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟର ସବୁ ସହରାଞ୍ଚଳରେ ଲାଗୁ ହୋଇଛି ସପ୍ତାହାନ୍ତ ଶଟଡାଉନ୍‌। କରୋନା ସଂକ୍ରମଣରେ ରୋକ୍ ଲଗାଇବାକୁ ରାଜ୍ୟ ସରକାର ଘୋଷଣା କରିଥିବା ସପ୍ତାହାନ୍ତ ସଟଡାଉନ୍ ପାଳନ ପାଇଁ ଆଜି ସକାଳୁ ସବୁଠି ଚେକିଂ ଓ ବ୍ଲକିଂକୁ କଡ଼ାକଡ଼ି କରାଯାଇଛି। ଶଟଡାଉନ୍ ଅବଧି ଆଜି ସକାଳୁ ଆରମ୍ଭ ହୋଇ ସୋମବାର ସକାଳ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏହି ଅବଧି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ‘ମୋ ବସ୍‌’ର ନିୟମିତ ସେବା ବନ୍ଦ ରହିବା ନେଇ ଦି […]

ଅଦ୍ୟତନ ହୋଇଛି
ଆଜିଠୁ ସପ୍ତାହାନ୍ତ ଶଟଡାଉନ୍‌; ଚେକିଂ କଡ଼ାକଡ଼ି, ଅମାନିଆଙ୍କ ଉପରେ ନଜର

shut-down checking

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟର ସବୁ ସହରାଞ୍ଚଳରେ ଲାଗୁ ହୋଇଛି ସପ୍ତାହାନ୍ତ ଶଟଡାଉନ୍‌। କରୋନା ସଂକ୍ରମଣରେ ରୋକ୍ ଲଗାଇବାକୁ ରାଜ୍ୟ ସରକାର ଘୋଷଣା କରିଥିବା ସପ୍ତାହାନ୍ତ ସଟଡାଉନ୍ ପାଳନ ପାଇଁ ଆଜି ସକାଳୁ ସବୁଠି ଚେକିଂ ଓ ବ୍ଲକିଂକୁ କଡ଼ାକଡ଼ି କରାଯାଇଛି।

Advertisment

ଶଟଡାଉନ୍ ଅବଧି ଆଜି ସକାଳୁ ଆରମ୍ଭ ହୋଇ ସୋମବାର ସକାଳ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏହି ଅବଧି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ‘ମୋ ବସ୍‌’ର ନିୟମିତ ସେବା ବନ୍ଦ ରହିବା ନେଇ ଦି କ୍ୟାପିଟାଲ୍‌ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପର୍ଟ (କ୍ରୁଟ୍‌) ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସପ୍ତାହାନ୍ତ ଶଟ୍‌ଡାଉନ୍‌ ବେଳେ ମୋ ବସ୍‌ର ନିୟମିତ ସେବା ବନ୍ଦ ରହିଲେ ମଧ୍ୟ ରେଲୱେ ଷ୍ଟେସନ୍‌ରୁ ଯାତ୍ରୀଙ୍କୁ ନେବା ପାଇଁ ଏହା ଚାଲିବ। ରେଲୱେ ଷ୍ଟେସନ୍‌ରୁ କଟକ ଓ ଖୋର୍ଦ୍ଧା ପର୍ଯ୍ୟନ୍ତ ଚାଲିବ ‘ମୋ ବସ୍‌’। ସେହିପରି ଭୁବନେଶ୍ୱର ବିମାନବନ୍ଦରରୁ ଷ୍ଟେସନକୁ ସେବା ମିଳିବ ବୋଲି କ୍ରୁଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଏହି ସମୟରେ କେବଳ ଅତ୍ୟାବଶ୍ୟକ ସେବାକୁ ଛାଡି ଅନ୍ୟ କୌଣସି କାର୍ଯ୍ୟକ୍ରମକୁ ଅନୁମତି ମିଳିବ ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି।  ସପ୍ତାହାନ୍ତ ସଟଡାଉନ୍ ବେଳେ ସକାଳ ୫ଟାରୁ ୬ଟା ଯାଏଁ ୧ ଘଣ୍ଟା ଲାଗି ମର୍ଣ୍ଣିଂ ଓ୍ବାକ୍, ଜଗିଂ ଓ  ସାଇକ୍ଲିଂ ଆଦି ବ୍ୟାୟାମ ପାଇଁ ଲୋକଙ୍କୁ ଅନୁମତି ଦିଆଯାଇଛି ।

ସହରାଞ୍ଚଳରେ ଦୁଇ ଦିନିଆ ଶଟଡାଉନ୍ ବେଳେ ଟୁଇନ ସିଟି କଟକ ଓ ଭୁବନେଶ୍ୱରରେ ୬୮ଟି ପଏଣ୍ଟରେ ଚେକିଂ ହେଉଛି । ଟ୍ୱିନ୍‌ ସିଟି (ଭୁବନେଶ୍ୱର ଓ କଟକ)ରେ ସପ୍ତାହାନ୍ତ ଶଟ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି କହିଛନ୍ତି ପୁଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।  କଟକର ୨୫ ଓ ଭୁବନେଶ୍ୱରରେ ୪୩ ଜାଗାରେ ନାକା ପଏଣ୍ଟ ହୋଇଛି । ଏହି ସମୟରେ ଘରୁ ନ ବାହାରିବାକୁ ଲୋକଙ୍କୁ ନିବେଦନ ସହ ଅମାନିଆଙ୍କ ଉପରେ  କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର ଚେତାବନୀ ଦେଇଛନ୍ତି ।

ସିପି ଆହୁରି କହିଛନ୍ତି, ସପ୍ତାହାନ୍ତ ଶଟ୍‌ଡାଉନ୍‌ ପାଇଁ ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ ସ୍ପେଶାଲ ପାସ୍ ବ୍ୟବସ୍ଥା କରାଯାଇ ନାହିଁ। ସେମାନେ ନିଜ ସଂସ୍ଥା ଦ୍ୱାରା ପ୍ରଦତଃ ପରିଚୟପତ୍ର ଦେଖାଇ କାମକୁ ଯାଇପାରିବେ।

Weekend Shutdown COVID Guideline
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe