୨୪ରୁ ରାଜ୍ୟର ସବୁ ସହରାଂଚଳରେ ସାପ୍ତାହିକ ଶଟଡାଉନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ରାଜ୍ୟବ୍ୟାପୀ ନାଇଟ୍ କର୍ଫ୍ୟୁ ଲାଗୁ କରିଥିବା ରାଜ୍ୟ ସରକାର ଆସନ୍ତା ୨୪ତାରିଖରୁ ରାଜ୍ୟର ସମସ୍ତ ସହରାଂଚଳରେ ସାପ୍ତାହିକ ଶଟଡାଉନ୍ ଘୋଷଣା କରିଛନ୍ତି। ପୂର୍ବରୁ ପଶ୍ଚିମଓଡ଼ିଶାର ୧୦ଟି ଜିଲ୍ଲାର ସହରାଂଚଳରେ  ସାପ୍ତାହିକ ଶଟଡାଉନ୍ ଲାଗୁ ହୋଇଥିଲା। ଏ ସମ୍ପର୍କରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ରାଜ୍ୟରେ କରୋନା […]

short-down

short-down

Ordigital Desk
  • Published: Monday, 19 April 2021
  • Updated: 19 April 2021, 07:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ରାଜ୍ୟବ୍ୟାପୀ ନାଇଟ୍ କର୍ଫ୍ୟୁ ଲାଗୁ କରିଥିବା ରାଜ୍ୟ ସରକାର ଆସନ୍ତା ୨୪ତାରିଖରୁ ରାଜ୍ୟର ସମସ୍ତ ସହରାଂଚଳରେ ସାପ୍ତାହିକ ଶଟଡାଉନ୍ ଘୋଷଣା କରିଛନ୍ତି। ପୂର୍ବରୁ ପଶ୍ଚିମଓଡ଼ିଶାର ୧୦ଟି ଜିଲ୍ଲାର ସହରାଂଚଳରେ  ସାପ୍ତାହିକ ଶଟଡାଉନ୍ ଲାଗୁ ହୋଇଥିଲା।

ଏ ସମ୍ପର୍କରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ରାଜ୍ୟରେ କରୋନା ସଂକ୍ରମଣ ମାମଲା ଦ୍ରୁତ ବୃଦ୍ଧି ପାଇବାରେ ଲାଗିଛି। ଗତବର୍ଷ ସେପ୍ଟେମ୍ବର ମାସରେ ସକ୍ରିୟ ସଂକ୍ରମିତ ୪୫୦୦ ଥିବାବେଳେ ଏବେ ଦ୍ୱିତୀୟ ଲହରୀରେ ଆଜି ୪୪୪୫ଜଣ ସଂକ୍ରମିତ ଅଛନ୍ତି । ତେଣୁ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଲୋକଙ୍କ ଜୀବନର ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେତେକ ଆବଶ୍ୟକ ପଦକ୍ଷେପ ନେଇଛନ୍ତି। ରାଜ୍ୟବ୍ୟାପୀ ନାଇଟ୍ କର୍ଫ୍ୟୁ ବଳବତ୍ତର ଥିବାବେଳେ ଏଣିକି ରାଜ୍ୟର ବାକି ୨୦ଟି ଜିଲ୍ଲାର ସହରାଂଚଳରେ ପ୍ରତି ଶନିବାର ଓ ରବିବାର ଶଟଡାଉନ୍ ଘୋଷଣା କରାଯାଇଛି। ପୂର୍ବରୁ  ସୀମାବର୍ତ୍ତୀ ଯେଉଁ ୧୦ଟି ଜିଲ୍ଲା ଯଥା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ସାପ୍ତାହିକ ଶଟଡାଉନ୍ ରହିଛି। ଏବେ ପଶ୍ଚିମ ଓଡ଼ିଶାର ଏହି ୧୦ଟି ଜିଲ୍ଲାରେ ସନ୍ଧ୍ୟା ୬ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିଥିଲାବେଳେ ବାକି ୨୦ଟି ଜିଲ୍ଲାରେ ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ପୂର୍ବଭଳି ଜାରି ରହିବ।  ତେବେ ଏସବୁ ଏହା କେବଳ ସହରାଂଚଳ(ପୌରାଂଚଳ ଓ ଏନଏସି) ପାଇଁ ଲାଗୁ ହେବ। ପଡ଼ୋଶୀ ରାଜ୍ୟ ଛତିଶଗଡ଼, ମଧ୍ୟପ୍ରଦେଶ ସମେତ ଦିଲ୍ଲୀ, ଗୁଜୁରାଟ,ମହାରାଷ୍ଟ୍ର ଆଦିରେ  କୋଭିଡ୍ ସଂକ୍ରମିତ ବୃଦ୍ଧି ପାଉଥିବା ଯୋଗୁ ସେଠାରେ ଶଟଡାଉନ୍ ଘୋଷଣା ହୋଇଛି । ତେବେ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ସାପ୍ତାହିକ ଶଟଡାଉନ୍ ପାଇଁ ନିଷ୍ପତ୍ତି ନେଇଛନ୍ତି ।

ତେବେ ଏହି ଶଟଡାଉନବେଳେ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯିବ। ମାଲବାହୀ ପରିବହନ ଯଥାବତ୍ ଜାରି ରହିବ। ଅତ୍ୟାବଶ୍ୟକ ସେବା ଯଥା- ସ୍ୱାସ୍ଥ୍ୟ ସେବା, ଶକ୍ତି, ପାନୀୟ ଜଳ ଯୋଗାଣ, ଏଲପିଜି, ଟେଲିକମ୍‌, ଗଣମାଧ୍ୟମ ସଂସ୍ଥା ଆଦି ସମେତ ଅତ୍ୟାବଶ୍ୟକ ସେବା ଜାରି ରହିବ। ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀମାନେ ନିଜ ସଂସ୍ଥାଠୁ ମିଳିଥିବା ପରିଚୟ ପତ୍ର ଦେଖାଇ ସେମାନେ ଯାତାୟତ କରିପାରିବେ ବୋଲି ଶ୍ରୀ ଜେନା କହିଛନ୍ତି।
ସେହିପରି କୋଭିଡ୍ ଗାଇଡଲାଇନ୍‌କୁ କଡ଼ାକଡ଼ି କରି ବିବାହ ଶୋଭାଯାତ୍ରା ଉପରେ ସମ୍ପୂର୍ଣ୍ଣ କଟକଣା ସରକାର ଜାରି କରିଥିବାବେଳେ ବାହାଘରରେ ଯୋଗ ଦେବାକୁ ଥିବା ସର୍ବାଧିକ ୫୦ଜଣଙ୍କ ତାଲିକା ସ୍ଥାନୀୟ ପ୍ରଶାସନକୁ ଦେବାକୁ ପଡ଼ିବ। ବିବାହ ଶୋଭାଯାତ୍ରା କଲେ ଗାଡ଼ି, ମାଇକ, ବ୍ୟାଣ୍ଡପାର୍ଟି ଜବତ ସହ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ହୋଟେଲ, ରେଷ୍ଟୁରାଣ୍ଟରେ ବାହାର ଲୋକ ବସି ଖାଇବା ଉପରେ  କଟକଣା ଜାରି କରାଯିବା ସହ କେବଳ ଘରକୁ ଖାଇବା ସାମଗ୍ରୀ ଆଣିହେବ ବୋଲି ଏସଆରସି କହିଛନ୍ତି। ଏହାସହିତ ଗାଁ ଗହଳିରେ ଭୋଜିଭାତ ଆୟୋଜନ ଉପରେ କଟକଣା ଜାରି କରାଗଲା ବୋଲି କହିଛନ୍ତି। ଯେଉଁମାନେ ଏହି ନିୟମ ଅମାନ୍ୟ କରିବେ ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଶ୍ରୀ ଜେନା କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story