ଅବପାତରେ ପରିଣତ ହେଲା ଲଘୁଚାପ, ୪ଟି ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି  

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। ଏହା ଓଡ଼ିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ୨୦.୮ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୫.୬ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ ଭୁବନେଶ୍ୱର ଠାରୁ ଉତ୍ତର ଉତ୍ତର ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ଆଖପାଖ ଅଞ୍ଚଳରେ ଦୁର୍ବଳ ହୋଇ ପୁଣି ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ […]

Rain

Rain

Tapaswini Nayak
  • Published: Tuesday, 09 August 2022
  • Updated: 09 August 2022, 01:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। ଏହା ଓଡ଼ିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ୨୦.୮ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୫.୬ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ ଭୁବନେଶ୍ୱର ଠାରୁ ଉତ୍ତର ଉତ୍ତର ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ଆଖପାଖ ଅଞ୍ଚଳରେ ଦୁର୍ବଳ ହୋଇ ପୁଣି ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ,  ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି  ୪ଟି ଜିଲ୍ଲାକୁ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଓ ୧୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ଅନୁଗୋଳ ଓ କେନ୍ଦୁଝର। ସେହିପରି ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, ଯାଜପୁର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ୍ଧ, ସୋନପୁର ଏବଂ ବଲାଙ୍ଗିର। ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ ନୂଆପଡ଼ା।

ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବାପରେ ପାରାଦୀପ, ପୁରୀ, ଚାନ୍ଦବାଲି/ଧାମରା, ଓ ଗୋପାଳପୁର ବନ୍ଦର ପାଇଁ ୩ ନମ୍ବର ବିପଦ ସଂକେତ ଜାରି  କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଏବେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ୧୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ୧୨ ତାରିଖ ବେଳକୁ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଗତ ୨୪ ଘଣ୍ଟାରେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ାରେ ସର୍ବାଧିକ ୧୬୧ ମିମି ବର୍ଷା ରେକର୍ଡ କରାଯାଇଛି।  ଭାପୁରରେ ୧୬୦.୨ମିମି, ଛତ୍ରପୁର ୧୪୨.୨ ଓ  ନୂଆଗଡ଼ରେ ୧୪୧.୨ ମିମି ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ୭୬ ମିମି ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ୮ଟି ସ୍ଥାନରେ ଅତିପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ୪୪ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି ।|

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos