ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହ୍ୱାଟ୍ସ ଆପ୍ ଗ୍ରୁପ୍ରେ ଅଶ୍ଳୀଳ ଭିଡିଓ ପଠାଇବା ମାମଲାରେ ହ୍ୱାଟ୍ସଆପ୍ ଆଡମିନ ବା ପରିଚାଳକଙ୍କୁ କ୍ରାଇମବ୍ରାଞ୍ଚର ସାଇବର ସେଲ୍ ଗିରଫ କରିଛି। ହରିୟାଣାରୁ ଗିରଫ ହୋଇଥିବା ଏହି ବ୍ୟକ୍ତିଙ୍କ ନାଁ ପବନ କୁମାର ଅଗ୍ରୱାଲ ବୋଲି ଜଣାପଡ଼ିଛି।
ପବନ ତାଙ୍କ ସହ ଶତ୍ରୁତା ଥିବା କେତେକ ଲୋକଙ୍କୁ ସେମାନଙ୍କର ଅନୁମତି ନ ନେଇ ନିଜ ହ୍ୱାଟ୍ସଆପ୍ ଗ୍ରୁପ୍ରେ ସାମିଲ କରିଥିଲେ। ଏହାପରେ ସେ ଅଶ୍ଳୀଳ ଫଟୋ, ମେସେଜ ଓ ଭିଡିଓ ପୋଷ୍ଟ କରି ସଂପୃକ୍ତ ଲୋକଙ୍କୁ ହଇରାଣ କରିବା ସହ ବଦନାମ କରୁଥିଲେ। ଏନେଇ ଭୁବନେଶ୍ୱର ଆଇଆରସି ଭିଲେଜର ଜଣେ ବ୍ୟକ୍ତି ଲିଖିତ ଅଭିଯୋଗ କରିବା ପରେ କ୍ରାଇମବ୍ରାଞ୍ଚ ଏହାର ଖୋଲତାଡ଼ କରିଥିଲା।
ପ୍ରମାଣ ମିଳିବା ପରେ ପବନଙ୍କୁ ଗିରଫ କରି ସ୍ଥାନୀୟ କୋର୍ଟରେ ହାଜର କରାଯାଇ ଟ୍ରାନଜିଟ ରିମାଣ୍ଡରେ ଭୁବନେଶ୍ୱର ଅଣାଯାଇଥିଲା। ତାଙ୍କ ନିକଟରୁ ହ୍ୱାଟ୍ସ ଆପ୍ ନମ୍ବର ଥିବା ମୋବାଇଲ ଫୋନ ଓ ସିମ୍କୁ ଜବତ କରାଯାଇଛି। ପବନଙ୍କ ବିରୋଧରେ ଆଇପିସି ଓ ଆଇଟି ଆକ୍ଟ ବଳରେ ମାମଲା ରୁଜୁ ହୋଇଛି। ଗୁରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।