କାର ଭିତରେ କିଏ ସେହି ମହିଳା ? ଟେଷ୍ଟ ପାଇଁ ଯିବ ଦାନ୍ତ ନଖ ଓ ଚୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) ଭୁବନେଶ୍ୱର ଉପକଣ୍ଠ ଯାଆଁଳା ଫାଣ୍ଡି ପରିସରରେ କାର୍ ଭିତରୁ ମହିଳା କଙ୍କାଳ ମିଳିବା ଘଟଣାରେ ଚିହ୍ନଟ ପାଇଁ ହେବ ଡିଏନ୍ଏ ଟେଷ୍ଟ । ଶରୀରର ଅଂଶବିଶେଷ ସଂଗ୍ରହ କରାଯାଇ ଡିଏନ୍ଏ ଟେଷ୍ଟ ପାଇଁ ପଠାଯାଇଛି।  ଦାନ୍ତ, ହାଡ଼ର କିଛି ଅଂଶ, ନଖ ଓ ଚୁଟି ଫୋରେନସିକ୍ ଲ୍ୟାବ୍‌କୁ ପଠାଯାଇଛି। ଏହି ଘଟଣାର ତଦନ୍ତ ପାଇଁ ମହିଳା ଥାନାର ଜଣେ ଇନ୍ସପେରଙ୍କୁ ଦାୟିତ୍ୱ ଦିଆଯାଇଛି । ୨୦୧୯ରେ ବେଆଇନ୍ ଗଞ୍ଜେଇ ଚାଲାଣ ମାମଲାରେ ଗଞ୍ଜାମ ପୋଲିସ ମହିନ୍ଦ୍ରା ଗାଡିଟିକୁ ସିଜ୍ କରିଥିଲା ।

ଏହି କାର ଭିତରୁ ମିଳିଥିଲା ସ୍କେଲିଟନ୍।

ସେବେଠୁ ଗାଡ଼ିଟି ଯାଆଁଳା ଫାଣ୍ଡି ଆଗରେ ପଡ଼ି ରହିଥିଲା । ପରିତ୍ୟକ୍ତ ଅବସ୍ଥାରେ ଥିବା ମହିନ୍ଦ୍ରା ଏକ୍ସୟୁଭି ଗାଡି ଭିତରୁ ଏହି କଙ୍କାଳ ଉଦ୍ଧାର ହୋଇଥିଲା ପରେ ପୁଲିସର ସାଇଣ୍ଟିଫିକ୍ ଟିମ୍ କଙ୍କାଳକୁ ଉଦ୍ଧାର କରି ଏମ୍ସକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା ।  ବ୍ୟବଚ୍ଛେଦ ରିପୋର୍ଟରୁ ଏହା ଜଣେ ମହିଳାଙ୍କ ଶବ ଏବଂ ମୃତ ମହିଳାଙ୍କ ବୟସ ପ୍ରାୟ ୪୫ ବର୍ଷ ବୋଲି ଜଣାପଡିଥିଲା । ଏଥିସହ ସେ ଯକ୍ଷ୍ମା ରୋଗରେ ପୀଡ଼ିତ ହୋଇ ସ୍ୱାଭାବିକ ଭାବେ ପ୍ରାଣ ହରାଇଥିବା ଭୁବନେଶ୍ୱର ଡିସିପି ସୂଚନା ଦେଇଥିଲେ ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।